ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଖଲ୍ଲିକୋଟ,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଡ଼ ଘାଟିରେ ବୁଧବାର ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ମହିଳାଙ୍କ ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଥିବା ବେଳେ ତାଙ୍କ ବେକକୁ ଏକ ଧାରୁଆ ଅସ୍ତ୍ରରେ କଟାଯାଇଛି ଓ ମୁଣ୍ଡରେ ପଥର ଛେଚି ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପ୍ରକାଶ ଯେ, ସକାଳେ ବଡ଼ଘାଟିରୁ ଖଲ୍ଲିକୋଟକୁ ସଂଯୋଗ କରୁଥିବା ରାସ୍ତା କଡ଼ରେ ସମ୍ପୃକ୍ତ ମହିଳାଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଖବର ପାଇ ଖଲ୍ଲିକୋଟ ଥାନାଧିକାରୀ ଜଗନ୍ନାଥ ମଲ୍ଲିକ, ଏସ୍‌ଆଇ ଦେବାଶିଷ ମିଶ୍ର, ହିମାଂଶୁ ଶେଖର ପାତ୍ର ଓ ଭେଜିପୁଟ ଫାଣ୍ଡି ଅଧିକାରୀ ପି . ସ୍ବରୂପ କିଷାନ ପହଞ୍ଚତ୍ ଘଟଣାର ତଦନ୍ତ କରିଥିଲେ। ପରେ ଛତ୍ରପୁର ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଏସ୍‌ଡିପିଓ ଗୌତମ କିଷାନ, ରମ୍ଭା ଆଇଆଇସି ଦୀପ୍ତି ରଞ୍ଜନ ବେହେରା, ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ଦ୍ୱାରା ତଦନ୍ତ ଜୋରଦାର କରାଯାଇଛି। ଘଟଣାସ୍ଥଳରୁ ହତ୍ୟାରେ ବ୍ୟବହୃତ ହୋଇଥିବା ଦୁଇଟି ରକ୍ତଲଗା ପଥର ଜବତ କରିବା ସହ ପୋଲିସ ମୃତଦେହକୁ ଜବତ କରି ବ୍ରହ୍ମପୁର ଏଫଏମ୍‌ଟିକୁ ପଠାଇଛି। ଏ ନେଇ ଖଲ୍ଲିକୋଟ ପୋଲିସ ନଂ. ୧୪୨/୨୨ ଅନୁଯାୟୀ ଏକ ହତ୍ୟା ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?