ବଡ଼ବାପା ମୋ ମା’ଙ୍କୁ ହାଣିଦେଲେ

ଆନନ୍ଦପୁର/ଘସିପୁରା,୧୬।୧୦(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଅମାରଙ୍ଗ ଗ୍ରାମ ନିକଟ ବୈତରଣୀ ନଦୀରେ ଏକ ମୁଣ୍ଡ ବିହୀନ ମୃତଦେହ ମିଳିଛି। ଗ୍ରାମର କିଛି ଲୋକ ନଦୀ ପାର ହୋଇ ଅପରପାର୍ଶ୍ୱକୁ ଯିବା ସମୟରେ ପାଣିରେ ଏକ ମୁଣ୍ଡ ବିହୀନ ମୃତଦେହ ଭାସୁଥିବା ଘଟଣା ଦେଖିବାକୁ ପାଇଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇ ଘସିପୁରା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିଲା। ମୃତଦେହଟି ଅମାରଙ୍ଗ ଗ୍ରାମର ବିଧବା ସୁରଥୀ ନାଇକ(୫୦) ବୋଲି ଜଣାପଡିଥିଲା।
ପୋଲିସ ସୂଚନା ଅନୁଯାୟୀ, ସୁରଥି ନିଜର ଦୁଇ ଝିଅଙ୍କର ବିବାହ କାର୍ଯ୍ୟ ଶେଷ କରିବା ପରେ ଘରେ ଏକା ରହିଆସୁଥିଲେ। ବିଭିନ୍ନ ସମୟରେ ତାଙ୍କ ଦେଢଶୁର ନିଶାସକ୍ତ ଅବସ୍ଥାରେ ତାଙ୍କୁ ଗାଳିଗୁଲଜ କରୁଥିଲେ। ଗୁରୁବାର ରାତିରେ ସୁରଥି ଅନ୍ୟ ଜଣଙ୍କ ଘରକୁ ଟିଭି ଦେଖିବାକୁ ଯାଉଥିବା ସମୟରେ ତାଙ୍କ ଦେଢଶୁର ଝଗଡା କରିଥିଲେ। ସେ ଉତ୍ତ୍ୟକ୍ତ ହୋଇ ମା’ଙ୍କ ମୁଣ୍ଡ ଗଣ୍ଡି ଅଲଗା କରି ନଦୀରେ ଫିଙ୍ଗି ଦେଇଥିବା ମୃତ ସୁରଥୀଙ୍କ ଝିଅ ତାଙ୍କ ବଡ଼ବାପାଙ୍କ ନାଁରେ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ଏକ ହତ୍ୟା ମାମଲା (ନଂ.୨୧୨/୨୦୨୧) ରୁଜୁ କରି ତଦନ୍ତ ଚାଲିଛି। ଘଟଣା ଦିନ ଠାରୁ ସୁରଥୀଙ୍କ ଦେଢଶୁର କେଉଁଆଡେ ଫେରାର ହୋଇଯାଇଛନ୍ତି। ଅନ୍ୟ ଜଣକୁ ଅଟକ ରଖି ପଚରାଉଚୁରା ଜାରି ରହିଥିବା ଘସିପୁରା ଥାନା ଅଧିକାରୀ ଶ୍ୟାମଘନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri