ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ମାଲକାନଗିରି, ୨୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଓ ଦୌରା ଜଜ୍‌ ଡାକ୍ତର ପ୍ରସନ୍ନ କୁମାର ପଣ୍ଡା ସୋମବାର ଏକ ହତ୍ୟା ମାମଲାର ଶୁଣାଣି କରି ସ୍ତ୍ରୀ ହତ୍ୟାକରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ମାଲକାନଗିରି ଥାନା ପାଣ୍ଡ୍ରିପାଣି ପଞ୍ଚାୟତ ସିନ୍ଧିଭଟା ଗ୍ରାମର ରତନ ନାୟକ । ୧୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ ପରେ ବିଚାରପତି ଏହି ଦଣ୍ଡାଦେଶ ଶୁଣାଇଛନ୍ତି ।

ପ୍ରକାଶ ଯେ, ୨୦୧୯ ନଭେମ୍ବର ୯ ତାରିଖରେ ସ୍ତ୍ରୀ ଗାଙ୍ଗାୟୀ ନାୟକଙ୍କ ସହ ମିଶି ପାଣ୍ଡ୍ରିପାଣି କଳାହାଣ୍ଡି ସାହିସ୍ଥିତ ଶ୍ୱଶୁରଙ୍କ ଘରକୁ ରତନ ବୁଲିବାକୁ ଯାଇଥିଲେ। ରାତି ୯ ଟାରେ ନିଶାସକ୍ତ ଅବସ୍ଥାରେ ରତନ ତାଙ୍କ ବନ୍ଧୁଙ୍କ ଘର ଅଗଣାରେ ଶୋଇ ପଡିଥିଲେ। ତେବେ ପରେ କୌଣସି କାରଣରୁ ଗଙ୍ଗାୟୀ ଓ ରତନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା।

ଏଥିରେ ଉତ୍ତ୍ୟକ୍ତ ହୋଇ ରତନ ନିକଟରେ ଥିବା ଏକ ଟାଙ୍ଗିଆରେ ସ୍ତ୍ରୀ ଗଙ୍ଗାୟୀଙ୍କୁ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ସମ୍ପର୍କରେ ଶ୍ୱଶୁର ରତନଙ୍କ ପୁଅକୁ ଫୋନ୍‌ ଯୋଗେ ଜଣାଇବା ପରେ ରାତି ପ୍ରାୟ ୧୨ଟାରେ ପୁଅ ଘେନୁ ଘଟଣାସ୍ଥଳରେ ପହଞ୍ଚି ମାଙ୍କ ମୃତଦେହ ପଡିଥିବା ଦେଖି ପୋଲିସରେ ଅଭିଯୋଗ କରିଥିଲେ।

ମାଲକାନଗିରି ପୋଲିସ ରତନଙ୍କୁ ଗିରଫ କରିବା ସହ ନଂ. ୨୯୭/୧୯ ରେ ମାମଲା ରୁଜୁକରି କୋର୍ଟ ଚାଲାଣ କରିଥିଲେ। ଏହି ମାମଲାର ସୋମବାର ଶୁଣାଣି କରି ବିଚାରପତି ଅଭିଯୁକ୍ତ ରତନଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ଜରିମାନା ଅନାଦାୟ ୧ ବର୍ଷ କାରାଦଣ୍ଡ ଭୋଗିବାକୁ ରାୟ ଶୁଣାଇଛନ୍ତି। ଏହି ମାମଲାକୁ ସରକାରୀ ଓକିଲ ମହେନ୍ଦ୍ର କୁମାର ନାଗ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri