ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ମାଲକାନଗିରି, ୨୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଓ ଦୌରା ଜଜ୍‌ ଡାକ୍ତର ପ୍ରସନ୍ନ କୁମାର ପଣ୍ଡା ସୋମବାର ଏକ ହତ୍ୟା ମାମଲାର ଶୁଣାଣି କରି ସ୍ତ୍ରୀ ହତ୍ୟାକରୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ମାଲକାନଗିରି ଥାନା ପାଣ୍ଡ୍ରିପାଣି ପଞ୍ଚାୟତ ସିନ୍ଧିଭଟା ଗ୍ରାମର ରତନ ନାୟକ । ୧୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ ପରେ ବିଚାରପତି ଏହି ଦଣ୍ଡାଦେଶ ଶୁଣାଇଛନ୍ତି ।

ପ୍ରକାଶ ଯେ, ୨୦୧୯ ନଭେମ୍ବର ୯ ତାରିଖରେ ସ୍ତ୍ରୀ ଗାଙ୍ଗାୟୀ ନାୟକଙ୍କ ସହ ମିଶି ପାଣ୍ଡ୍ରିପାଣି କଳାହାଣ୍ଡି ସାହିସ୍ଥିତ ଶ୍ୱଶୁରଙ୍କ ଘରକୁ ରତନ ବୁଲିବାକୁ ଯାଇଥିଲେ। ରାତି ୯ ଟାରେ ନିଶାସକ୍ତ ଅବସ୍ଥାରେ ରତନ ତାଙ୍କ ବନ୍ଧୁଙ୍କ ଘର ଅଗଣାରେ ଶୋଇ ପଡିଥିଲେ। ତେବେ ପରେ କୌଣସି କାରଣରୁ ଗଙ୍ଗାୟୀ ଓ ରତନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା।

ଏଥିରେ ଉତ୍ତ୍ୟକ୍ତ ହୋଇ ରତନ ନିକଟରେ ଥିବା ଏକ ଟାଙ୍ଗିଆରେ ସ୍ତ୍ରୀ ଗଙ୍ଗାୟୀଙ୍କୁ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ସମ୍ପର୍କରେ ଶ୍ୱଶୁର ରତନଙ୍କ ପୁଅକୁ ଫୋନ୍‌ ଯୋଗେ ଜଣାଇବା ପରେ ରାତି ପ୍ରାୟ ୧୨ଟାରେ ପୁଅ ଘେନୁ ଘଟଣାସ୍ଥଳରେ ପହଞ୍ଚି ମାଙ୍କ ମୃତଦେହ ପଡିଥିବା ଦେଖି ପୋଲିସରେ ଅଭିଯୋଗ କରିଥିଲେ।

ମାଲକାନଗିରି ପୋଲିସ ରତନଙ୍କୁ ଗିରଫ କରିବା ସହ ନଂ. ୨୯୭/୧୯ ରେ ମାମଲା ରୁଜୁକରି କୋର୍ଟ ଚାଲାଣ କରିଥିଲେ। ଏହି ମାମଲାର ସୋମବାର ଶୁଣାଣି କରି ବିଚାରପତି ଅଭିଯୁକ୍ତ ରତନଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ଜରିମାନା ଅନାଦାୟ ୧ ବର୍ଷ କାରାଦଣ୍ଡ ଭୋଗିବାକୁ ରାୟ ଶୁଣାଇଛନ୍ତି। ଏହି ମାମଲାକୁ ସରକାରୀ ଓକିଲ ମହେନ୍ଦ୍ର କୁମାର ନାଗ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri