ସନ୍ଦେହରୁ ସ୍ବାମୀଙ୍କ ଜୀବନ ନେଲେ ସ୍ତ୍ରୀ, ସାମ୍ବାଦିକ ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍‌ପି

ପାରଳାଖେମୁଣ୍ଡି,୧୨ା୩: ଗଜପତି ଜିଲା ପାରଳାଖେମୁଣ୍ଡି ନଗରମ ପଲ୍ଲୀ ସାହିରେ ହୋଇଥିବା ହତ୍ୟା ଘଟଣାରେ ମୃତ ଜଗଦୀଶଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ସ୍ତ୍ରୀ ହରିଙ୍କୁ ଗିରଫ କରି ପାରଳାଖେମୁଣ୍ଡି ପୋଲିସ ମଙ୍ଗଳବାର ସିନ୍‌ ରିକ୍ରିଏସନ କରିଥିଲା। ଆଜି ସମସ୍ତ ଦିଗକୁ ତଦନ୍ତ ପରେ ପୋଲିସ ସ୍ତ୍ରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ତେବେ ଘଟଣାଟି କିଛି ଏମିତି ଜଗଦୀଶ ଓ ତାଙ୍କ ସ୍ତ୍ରୀ ହରି ଉଭୟ ପ୍ରେମ ବିବାହ କରି କିଛିଦିନ ଗୁଣୁପୁରୁ ନିକଟସ୍ଥ ମାଛକୁଣ୍ଡ ଗ୍ରାମରେ ରହି ଆସୁଥିଲେ, ଗତ ଦୁଇ ମାସ ତଳେ ରୋଜଗାର ପାଇଁ ସ୍ତ୍ରୀଙ୍କ କଥା ଅନୁସାରେ ଉଭୟ ଆସି ପାରଳାଖେମୁଣ୍ଡିଠାରେ ଏକ ଭଡ଼ାଘରେ ରହୁଥିଲେ। କିଛିଦିନ ପରେ ଉଭୟଙ୍କ ମଧ୍ୟରେ କଥା କଟାକଟି ହେବା ପରେ ଗତ ୮ତାରିଖ ଦିନ ଉଭୟ ଉଭୟଙ୍କ ଚରିତ୍ରକୁ ନେଇ ସଂହାର କରି ଶେଷରେ ମାରପିଟ୍‌ ପର୍ଯ୍ୟନ୍ତ କଥା ଯାଇଥିଲା। ଏଥିରେ ସ୍ତ୍ରୀ ଉତ୍‌କ୍ଷିପ୍ତ ହୋଇ ପରିବା କଟା ଛୁରି ସାହାଯ୍ୟରେ ସ୍ବାମୀ ଜଗଦୀଶଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲା। ଜଗଦୀଶଙ୍କ ଛାତି ଓ ବେକରେ ଗଭୀର ଆଘାତ ଫଳରେ ପ୍ରଚୁର ରକ୍ତସ୍ରାବ ହୋଇ ଘଟଣାସ୍ଥଳରେ ଜଗଦୀଶଙ୍କ ମୃତ୍ୟୁ ହୋଇଥିଲା, ଏହାପରେ ସ୍ତ୍ରୀ ହରି ନିଜ ଦୋଷକୁ ଲୁଚାଇବାକୁ ଯାଇ ହତ୍ୟାରେ ବ୍ୟବହୃତ ଛୁରିକୁ ନିଜ ବାଡ଼ିପଟ ନାଳରେ ଛୁରିକୁ ଫୋପାଡ଼ି ତରତର ହୋଇ ବ୍ୟାଗ୍‌ ଧରି ନିଜ ବାପଘରକୁ ଚାଲିଯାଇଥିଲେ। ଘର ମାଲିକଙ୍କଠାରୁ ଖବର ପାଇ ପୋଲିସ ତଦନ୍ତ କରିବା ସମୟରେ ସେଠାକାର ପାରିପାର୍ଶ୍ୱିକ ସ୍ଥିତି ଏବଂ ଗତକାଲି ସିନ୍‌ ରିକ୍ରିଏସନ ବେଳେ ମିଳିଥିବା ତଥ୍ୟ ଓ ବୟାନକୁ ଆଧାର କରି ସ୍ତ୍ରୀଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜି କୋର୍ଟ ଚାଲାଣ କରିଛି। ତେବେ ଏହି ଘଟଣାରେ ସ୍ତ୍ରୀ ପୋଲିସଙ୍କ ତଦନ୍ତ ବେଳେ ସମସ୍ତ ଦୋଷ ସ୍ବୀକାର କରିଥିବା ଗଜପତି ଏସ୍‌ପି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri