ଯନ୍ତ୍ରୀଙ୍କ କୋଠାରେ ତାଲା ପକାଇଲେ ମହିଳା

ଗୋପାଳପୁର,୨୫ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜନୈକ ମହିଳାଙ୍କ ମନରେଗା କାର୍ଯ୍ୟର ସାମଗ୍ରୀ ବିଲ ହୋଇ ନ ଥିବାରୁ କନିଷ୍ଠ ଯନ୍ତ୍ରୀ, ଜିଆରଏସ ଓ ସହକାରୀ ଯନ୍ତ୍ରୀ ରହୁଥିବା କୋଠାରେ ତାଲା ପକାଇ ହାଇଡ଼୍ରାମା କରିଥିଲେ। ପୋଲିସ ହସ୍ତକ୍ଷେପ ପରେ ତାଲା ଖୋଲାଯାଇଥିଲା। ସୂଚନାନୁସାରେ ଏହି ବ୍ଲକ ଅନ୍ତର୍ଗତ ଡ଼ୁରା ପଞ୍ଚାୟତର ଦିୱାନି ପୋଖରୀର ଉନ୍ନତିକରଣ ନିମନ୍ତେ ୨୦୨୧-୨୨ ଆର୍ଥିକ ବର୍ଷରେ ମନରେଗା ଯୋଜନାରେ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିଲା। ୨୦୨୨ ଜାନୁଆରୀ ୧୮ରେ ଉକ୍ତ ପୋଖରୀର କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା। ଜନୈକା ମହିଳା ଏହି ପୋଖରୀର ଉନ୍ନତି କାର୍ଯ୍ୟ ଆରମ୍ଭ କରିଥିଲେ। ଏଥିରେ ଶ୍ରମିକ ମଜୁରୀ ୬୦ ପ୍ରତିଶତ ଥିବାବେଳେ ସାମଗ୍ରୀ ବାବଦରେ ୪୦ ପ୍ରତିଶତ ରହିଥିଲା। ଶ୍ରମିକ ମଜୁରୀ ବାବଦରେ ୬ ଲକ୍ଷ ୩୮ ହଜାର ୭୪୦ ଟଙ୍କା ପଠାଯାଇଥିଲା। ସେହିପରି ସାମଗ୍ରୀ ବାବଦରେ ୩ ଲକ୍ଷ ୧୯ ହଜାର ଟଙ୍କା ଗତ ଅଗଷ୍ଟ ମାସରେ ମହିଳାଜଣଙ୍କ ବିଲ ଦାଖଲ କରିଥିଲେ। ସାମଗ୍ରୀ ବିଲ ଟଙ୍କା ନଥିବା ଯୋଗୁଁ ଦିଆଯାଇପାରିନଥିଲା। ଏନେଇ ମହିଳା ଜଣକ ବାରମ୍ବାର ଯନ୍ତ୍ରୀ ଓ ମନରେଗା ବିଭାଗକୁ ଦୌଡ଼ିଥିଲେ। ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ କନିଷ୍ଠ ଯନ୍ତ୍ରୀ ଥିବା ବେଳେ ଶୁକ୍ରବାର ମହିଳା ଜଣକ ତାଲା ପକାଇ ପାଟିତୁଣ୍ଡ କରିବା ସହ ହାଇଡ଼୍ରାମା କରିଥିଲେ। ବ୍ଲକ କର୍ମଚାରୀ ଯେତେ ବୁଝାଇଥିଲେ ମଧ୍ୟ ମହିଳା ଜଣକ ଚାବି ଖୋଲିନଥିଲେ। ବିଡିଓ ବିଶ୍ୱଜିତ ରାୟ ଓ ଗୋଳନ୍ଥରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ପରେ ପୋଲିସ ତାଲା ଖୋଲିଥିଲା। ବିଡ଼ିଓ ବିଶ୍ୱଜିତ ରାୟ ସାମଗ୍ରୀ ବିଲ୍‌ର ଏଫଟିଓ କରାଯାଇଛି, ଟଙ୍କା ଆସିଲେ ଦିଆଯିବ ବୋଲି କହିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?