ବେଙ୍ଗାଲୁରୁ,୧୨।୧୦: ଜଗଦୀଶ ଗୌଡ଼ା କର୍ନାଟକର ଚିକ୍କାମାଗଲୁରୁ ଜିଲାରେ ଭାଜପାର ଜଣେ ଦୃଢ଼ ସମର୍ଥକ ଭାବେ ଜଣାଶୁଣା। ସେ ୧୬ ଜଣ ଦଳିତଙ୍କୁ ନିଜ କଫି ବଗିଚାରେ ୧୫ ଦିନ ଧରି ଅଟକ ରଖି ଅକଥନୀୟ ନିର୍ଯାତନା ଦେଇଥିଲେ। ସେମାନଙ୍କ ମଧ୍ୟରେ ଜଣେ ଗର୍ଭବତୀ ମହିଳା ଥିଲେ, ଯିଏକି ଆକ୍ରମଣର ଶିକାର ହେବା ପରେ ୨ ମାସର ଗର୍ଭସ୍ଥ ଶିଶୁକୁ ହରାଇବସିଲେ। ଅଭିଯୋଗ ପରେ ପୋଲିସ ଜଗଦୀଶ ଓ ତାଙ୍କ ପୁଅ ତିଲକ ଗୌଡ଼ାଙ୍କ ବିରୋଧରେ ମାମଲା ରୁଜୁ କରିଛି। ଉଭୟେ ଫେରାର ଥିବାବେଳେ ପୀଡ଼ିତା ମହିଳାଙ୍କୁ ଜିଲା ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଏହି ଘଟଣାକୁ ନେଇ ବିବାଦ ସୃଷ୍ଟି ହେବା ପରେ ଭାଜପା ଏଥିରୁ ନିରାପଦ ଦୂରତ୍ୱ ଅବଲମ୍ବନ କରିବାକୁ ଉଚିତ ମଣିଛି। ଜଗଦୀଶ ଦଳୀୟ ନେତା କି ସଦସ୍ୟ ନୁହଁନ୍ତି। ସେ ଅନ୍ୟ ଭୋଟରଙ୍କ ଭଳି ଜଣେ ସମର୍ଥକ ବୋଲି ଭାଜପା ଜିଲା ମୁଖପାତ୍ର ବରସିଦ୍ଧି ବେଣୁଗୋପାଳ କହିଛନ୍ତି। ନିର୍ଯାତନାର ଶିକାର ହୋଇଥିବା ବ୍ୟକ୍ତିମାନେ ଜେନୁଗାଡ୍ଡେ ଗ୍ରାମରେ ଥିବା କଫି ବଗିଚାରେ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିଲେ। ସେମାନେ ମାଲିକ ଜଗଦୀଶଙ୍କଠାରୁ ୯ ଲକ୍ଷ ଟଙ୍କା କରଜ ନେଇଥିଲେ। ଋଣ ପରିଶୋଧ କରି ନ ପାରିବାରୁ ସେ ତାଙ୍କୁ ବନ୍ଦ ଘରେ ରଖିଥିଲେ ବୋଲି ପୋଲିସ କହିଛି।
ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫
କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…
ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ
ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…
କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି
କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…
ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି
ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…
ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ
ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…
ବସ୍ଷ୍ଟାଣ୍ଡରେ ବିକୁଥିଲେ କଫ୍ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…
ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…
ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ
ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…
Archives

