ସ୍ତ୍ରୀ ପିଇଦେଲେ ହାଣ୍ଡିଆ, ସ୍ବାମୀ ନପାଇ କଲେ ଏମିତି କାଣ୍ଡ , ଏକା ବେଳକେ ମାମଲା…

ଉଦଳା, ୨୮।୯(ସନ୍ତୋଷ କୁମାର ବାଚ୍ଛିନୀ): ଘରେ ଥିବା ହାଣ୍ଡିଆ ପିଇଦେବାରୁ ସ୍ବାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ କାଠଫାଳିଆ ପିଟି ହତ୍ୟା କରିବା ଘଟଣା ମୟୂରଭଞ୍ଜ ଜିଲା ଉଦଳା ଥାନା ଉପର ତାଳଡିହା ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଏକ ମାମଲା(ନଂ. ୩୮୧/୨୫) ରୁଜୁ କରି ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗା ଓ କାଠଫାଳିଆକୁ ଜବତ କରାଯାଇଛି।
ତାଳଡିହା ଗ୍ରାମର ଗୁରୁପ୍ରସାଦ ସିଂ ଶୁକ୍ରବାର ରାତି ୧୦ଟାରେ କାମ ସାରି ଘରକୁ ଫେରିଥିଲେ। ଘରକୁ ଫେରିବା ପରେ ଘରେ ତିଆରି ହେଉଥିବା ହାଣ୍ଡିଆ ପିଇବାକୁ ଖୋଜିଥିଲେ। ହେଲେ ଏହି ସମୟରେ ସବୁତକ ହାଣ୍ଡିଆକୁ ସ୍ତ୍ରୀ ସୀତା ପିଇ ନିଶାସକ୍ତ ଅବସ୍ଥାରେ ରହିଥିବା ଦେଖିବାକୁ ପାଇଥିଲେ ସ୍ବାମୀ ଗୁରୁପ୍ରସାଦ। ହାଣ୍ଡିଆ ପିଇବାକୁ ମାଗିବାରୁ ଉଭୟ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ବଚସା ଏତେ ଉଗ୍ରରୂପ ନେଇଥିଲା ଯେ, ସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ପକାଇଥିଲେ ସ୍ବାମୀ। ସ୍ତ୍ରୀଙ୍କୁ ବାଡେଇ ହତ୍ୟା କରିବା ବେଳେ ତାଙ୍କର ସାନ ପୁଅ ଦେଖିଦେବାରୁ ଏକ ଟାଙ୍ଗିଆ ଧରି ତାଙ୍କୁ ମଧ୍ୟ ମାରିବାକୁ ଗୋଡାଇଥିଲେ। ଛୋଟ ପିଲାଟି ଦୌଡି ଘରୁ ବାହାରି ପଡୋଶୀଙ୍କ ଘରକୁ ଚାଲିଯିବା ପରେ ପୁରା ଘଟଣା ବାବଦରେ ଗ୍ରାମବାସୀ ଜାଣିବାକୁ ପାଇଥିଲେ। ଏହାମଧ୍ୟରେ ହତ୍ୟାକାରୀ ସ୍ବାମୀ ସ୍ତ୍ରୀଙ୍କ ମୃତଦେହ ଚାରିପାଖରେ ମଶାରୀ ଟାଙ୍ଗି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗ୍ରାମବାସୀ ଘଟଣା ବିଷୟରେ ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଥିଲା । ଏହା ସହିତ ବାରିପଦାରୁ ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତକୁ ତ୍ୱରାନ୍ବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri