ଦୃଷ୍ଟିହୀନଙ୍କୁ ଜୀବନସାଥୀ କଲେ ମହିଳା

ଚମ୍ପୁଆ,୯।୩(ଡି.ଏନ୍‌.ଏ): ବିଶ୍ୱ ମହିଳା ଦିବସ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ଚମ୍ପୁଆ କୋର୍ଟ ପରିସରରେ ଦେଖିବାକୁ ମିଳିଥିଲା ଏକ ରୋଚକ ଦୃଶ୍ୟ। ଦୃଷ୍ଟିଶକ୍ତି ହରାଇଥିବା ୪୨ ବର୍ଷ ବୟସ୍କ ଜଣେ ବ୍ୟକ୍ତିଙ୍କୁ ଜନୈକା ମହିଳା ଜୀବନସାଥୀ ବାଛିଛନ୍ତି। ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ଦମ୍ପତି ହେଲେ ସରାସପୋଶି ଗ୍ରାମର ନିରଞ୍ଜନ ମହାନ୍ତ ଓ ଟେରଣ୍ଟି ଗ୍ରାମର ମାଳତୀ ମହାନ୍ତ। ସହକାରୀ ଜିଲାପାଳ ତଥା ସବ୍‌-ରେଜିଷ୍ଟ୍ରାର ଶ୍ୱେତପଦ୍ମା ଧଳଙ୍କ ନିକଟରେ ନିଜ ଇଚ୍ଛାରେ ବିବାହ କରିଛନ୍ତି ଓ ନିରଞ୍ଜନଙ୍କୁ ଜୀବନ ସାଥୀ ଭାବେ ପାଇ ଖୁସି ଥିବା ମାଳତୀ କହିଛନ୍ତି। ଏ ନେଇ ସବରେଜିଷ୍ଟ୍ରାର ଧଳ କହିଛନ୍ତି, ଆଜି ଆମେ ବହୁତ ଖୁସି ଯେ, ଆମ କାର୍ଯ୍ୟାଳୟରେ ସମସ୍ତଙ୍କ ସହଯୋଗରେ ମାଳତୀ ଓ ଦୃଷ୍ଟିଶକ୍ତି ହରାଇଥିବା ନିରଞ୍ଜନ ମହାନ୍ତଙ୍କ ଭଳି ୨ ପ୍ରାପ୍ତ ବୟସ୍କଙ୍କୁ ବିବାହ କରାଇଛୁ। ଉଭୟଙ୍କ ଦାମ୍ପତ୍ୟ ଜୀବନ ଦୀର୍ଘମୟ ହେଉ ବୋଲି ସେ କାମନା କରିଛନ୍ତି। ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ବହୁ କର୍ମଚାରୀ ମାଳତୀଙ୍କ ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri