Posted inଫୁରସତ

ଝିଅ ପାଇଁ ସ୍ବତନ୍ତ୍ର ଗଜରା ତିଆରି କଲେ ମା’, ଛୁଟୁଛି ପ୍ରଶଂସାର ସୁଅ

ସାଧାରଣତଃ ମହିଳାମାନେ ମୁଣ୍ଡରେ ଗଜରା ବାନ୍ଧିବାକୁ ବହୁତ ପସନ୍ଦ କରିଥାନ୍ତି। ଜଣେ ମା ନିଜ ଝିଅ ପାଇଁ ଏକ ସ୍ବତନ୍ତ୍ର ଗଜରା ତିଆରି କରିଛନ୍ତି ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଏହି ଗଜରାର ଫଟୋ ଏବେ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି।

ସୁରେଖା ପିଲାଇ ନାମକ ଜଣେ ଟୁଇଟର ୟୁଜର ନିଜର ଟାଇମଲାଇନରେ ଏକ ସୁନ୍ଦର ଗଜରାର ଫଟୋ ଶେୟାର କରିଛନ୍ତି। ଯାହାକୁ ତାଙ୍କ ମା ଟିସୁ ପେପରରେ ତିଆରି କରିଥିଲେ। ପ୍ରଥମେ ଦେଖିଲେ ଆପଣ ଭାବିବେ ଏହା ଅସଲି ଫୁଲରେ ତିଆରି ହୋଇଛି। କିନ୍ତୁ ଏହା ଜମା ବି ଅସଲି ନୁହଁ। ଭାରତରେ କୌଣସି ପ୍ରତିଭାର ଅଭାବ ନାହିଁ। ଯାହାକୁ ପ୍ରମାଣ କରି ଦେଖାଇଛନ୍ତି ମହିଳା ଜଣକ। ସୁରେଖା ତାଙ୍କ ମାଙ୍କର ଖୁବ୍‌ ପ୍ରଶଂସା କରିଛନ୍ତି। ସେ ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ଏହି ଗଜରା ମା ମୋ ପାଇଁ ତିଆରି କରିଛନ୍ତି। ମୋ ମା’ଙ୍କର ଗଣ୍ଠି ଦରଜ ସତ୍ତ୍ୱେ ସେ ଘଣ୍ଟା ଘଣ୍ଟା ବସି ରହି ମୋ ପାଇଁ ଏହା ତିଆରି କରିଛନ୍ତି।

ଏହି ଫଟୋକୁ ବର୍ତ୍ତମାନ ସୁଦ୍ଧା ୧୬୦୦ରୁ ଅଧିକ ୟୁଜର ଲାଇକ୍‌ କରିସାରିଲେଣି। କିଛି ଲୋକ ରିଟୁଇଟ୍‌ ମଧ୍ୟ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଆପଣଙ୍କ ମା’ ଜଣେ ଅଦ୍ଭୁତ କଳାକାର। ଯାହା ଖୁବ୍‌ ଆଶ୍ଚର୍ଯ୍ୟକର।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri