Posted inଫୁରସତ

ଝିଅ ପାଇଁ ସ୍ବତନ୍ତ୍ର ଗଜରା ତିଆରି କଲେ ମା’, ଛୁଟୁଛି ପ୍ରଶଂସାର ସୁଅ

ସାଧାରଣତଃ ମହିଳାମାନେ ମୁଣ୍ଡରେ ଗଜରା ବାନ୍ଧିବାକୁ ବହୁତ ପସନ୍ଦ କରିଥାନ୍ତି। ଜଣେ ମା ନିଜ ଝିଅ ପାଇଁ ଏକ ସ୍ବତନ୍ତ୍ର ଗଜରା ତିଆରି କରିଛନ୍ତି ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଏହି ଗଜରାର ଫଟୋ ଏବେ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି।

ସୁରେଖା ପିଲାଇ ନାମକ ଜଣେ ଟୁଇଟର ୟୁଜର ନିଜର ଟାଇମଲାଇନରେ ଏକ ସୁନ୍ଦର ଗଜରାର ଫଟୋ ଶେୟାର କରିଛନ୍ତି। ଯାହାକୁ ତାଙ୍କ ମା ଟିସୁ ପେପରରେ ତିଆରି କରିଥିଲେ। ପ୍ରଥମେ ଦେଖିଲେ ଆପଣ ଭାବିବେ ଏହା ଅସଲି ଫୁଲରେ ତିଆରି ହୋଇଛି। କିନ୍ତୁ ଏହା ଜମା ବି ଅସଲି ନୁହଁ। ଭାରତରେ କୌଣସି ପ୍ରତିଭାର ଅଭାବ ନାହିଁ। ଯାହାକୁ ପ୍ରମାଣ କରି ଦେଖାଇଛନ୍ତି ମହିଳା ଜଣକ। ସୁରେଖା ତାଙ୍କ ମାଙ୍କର ଖୁବ୍‌ ପ୍ରଶଂସା କରିଛନ୍ତି। ସେ ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ଏହି ଗଜରା ମା ମୋ ପାଇଁ ତିଆରି କରିଛନ୍ତି। ମୋ ମା’ଙ୍କର ଗଣ୍ଠି ଦରଜ ସତ୍ତ୍ୱେ ସେ ଘଣ୍ଟା ଘଣ୍ଟା ବସି ରହି ମୋ ପାଇଁ ଏହା ତିଆରି କରିଛନ୍ତି।

ଏହି ଫଟୋକୁ ବର୍ତ୍ତମାନ ସୁଦ୍ଧା ୧୬୦୦ରୁ ଅଧିକ ୟୁଜର ଲାଇକ୍‌ କରିସାରିଲେଣି। କିଛି ଲୋକ ରିଟୁଇଟ୍‌ ମଧ୍ୟ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଆପଣଙ୍କ ମା’ ଜଣେ ଅଦ୍ଭୁତ କଳାକାର। ଯାହା ଖୁବ୍‌ ଆଶ୍ଚର୍ଯ୍ୟକର।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri