Posted inଫୁରସତ

ବିଶାଳକାୟ କୁମ୍ଭୀରକୁ ମସାଜ କରୁଛନ୍ତି ଯୁବତୀ, ଭିଡିଓ ଦେଖିଲେ…

କୁମ୍ଭୀର ଏମିତି ଏକ ପ୍ରାଣୀ, ଯାହା ଅତ୍ୟନ୍ତ ଭୟଙ୍କର। ସେଥିପାଇଁ ଏହି ଜୀବକୁ ସବୁବେଳେ ବନ୍ଦ କରି ରଖାଯାଏ। ପ୍ରାୟ ସମସ୍ତେ ଏହା ନିକଟକୁ ଯିବାକୁ ଭୟ କରିଥାନ୍ତି। ମାତ୍ର ଜଣେ ଯୁବତୀ ଏହି ଭୟଙ୍କର ଜୀବକୁ ମମାଜ କରି ଆନନ୍ଦ ନେଉଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଏହି ଭିଡିଓଟି @TheFigen_ନାମକ ଏକ ଟୁଇଟର ଆକାଉଣ୍ଟରେ ଶେୟାର କରାଯାଇଛି। କୁମ୍ଭୀରମାନେ ଅତ୍ୟଧିକ କ୍ରୋଧୀ ଏବଂ ଅପ୍ରତ୍ୟାଶିତ ପ୍ରାଣୀ। ଏମାନେ କେତେବେଳେ କାହା ଉପରେ ନା କାହା ଉପରେ ଆକ୍ରମଣ କରନ୍ତି। କିନ୍ତୁ କୁମ୍ଭୀରର ଏହି ମସାଜ ଦେଖିଲେ ଲାଗୁଛି ଯେପରି କୁମ୍ଭୀରଟି ସେହି ଯୁବତୀଙ୍କ ବୋଲ ମାନୁଛି।

 

ଭାଇରାଲ ଭିଡିଓରେ ବୋଲ୍ଡ ପୋଷାକ ପିନ୍ଧିଥିବା ଜଣେ ଯୁବତୀ ଆଣ୍ଠୁ ମାଡ଼ି ବସିଥିବାର ନଜର ଆସିଛନ୍ତି। ଏହା ଦେଖି ଆପଣ ଭାବିବେ କୁମ୍ଭୀର ବୋଧେ ଆକ୍ରମଣ କରିପାରେ। ମାତ୍ର ଯୁବତୀ ଜଣକ କୌଣସି ଭୟ ନ କରି କୁମ୍ଭୀରକୁ ମାଲିସ କରୁଛନ୍ତି। ଯୁବତୀ ଜଣକ ବେଳେବେଳେ କୁମ୍ଭୀରର ପିଠିକୁ ଆଉଁସୁଛନ୍ତି। କୁମ୍ଭୀରଟି ଆରାମରେ ଶୋଇଛି।

ଏହି ଭିଡିଓକୁ ୧ ଲକ୍ଷରୁ ଅଧିକ ଭ୍ୟୁ ମିଳିଥିବାବେଳେ ଅନେକ ଲୋକ ନିଜର ମତାମତ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, କୁମ୍ଭୀରର ମଧ୍ୟ ଏକ ସ୍ପା ଦରକାର। ଆଉ ଜଣେ କହିଛନ୍ତି, କୁମ୍ଭୀର ବହୁତ ଭାଗ୍ୟବାନ। ସେହିପରି ଅନ୍ୟ ଜଣେ କହିଛନ୍ତି, କୁମ୍ଭୀର ଚର୍ମ ତାଙ୍କ ପାଇଁ ଜୋତା ତିଆରି କରିପାରିବ କି ନାହିଁ ତାହା ଯାଞ୍ଚ କରିବା ଜରୁରୀ। ଆଉ ଜଣେ ୟୁଜର କହିଛନ୍ତି, କୁମ୍ଭୀର ଚାହିଁଲେ ମଧ୍ୟ ଏହି ଯୁବତୀଙ୍କୁ କାମୁଡ଼ିବାରେ ସକ୍ଷମ ହୋଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri