ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ସେହି ଗ୍ରାମର ସହଦେବ ବଢ଼େଇ (୨୪)। ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ଅଧିକାରୀ ଏସ.ଆଇ ପ୍ରଭାତ କୁମାର ବାଲିକାନା ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ ୧୯୪/୨୬ ଅନୁଯାୟୀ କୋର୍ଟରେ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ଗତ ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଛୋଟ ପିଲାଙ୍କ ମଧ୍ୟରେ ହୋଇଥିବା ଝଗଡ଼ାକୁ କେନ୍ଦ୍ର କରି ଏହି ଘଟଣା ଘଟିଥିଲା। ଅଭିଯୁକ୍ତ ସହଦେବ ମହିଳାଙ୍କ ଘର ପାଖକୁ ଯାଇ ସେଠାରେ ତାଙ୍କୁ ଟଣାଓଟରା କରିବା ସହ ନିର୍ଦ୍ଧୁମ ମାଡ଼ ମାରିଥିଲେ। ଏହାସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ। ଏ ନେଇ ପୀଡ଼ିତା ମହିଳା ଜଣକ ପାଟପୁର ଥାନାରେ ଲିଖିତ ଏତଲା ଦେଇଥିଲେ। ଅଭିଯୋଗ ପାଇବା ପରେ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଘଟଣାର ପ୍ରାଥମିକ ଯାଞ୍ଚ କରି ମାମଲା ରୁଜୁ କରିଥିଲେ ଏବଂ ଅଧିକ ତଦନ୍ତ ପାଇଁ ପୋଡ଼ାମାରି ଫାଣ୍ଡି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପୋଲିସ ଘଟଣାର ତଦନ୍ତ କରି ଶେଷରେ ଅଭିଯୁକ୍ତକୁ ଗିରଫ କରି ଜେଲ ପଠାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri