ପାଣି ପାଇଁ ରାଜରାସ୍ତାରେ ମହିଳା

ଟିକିରି,୨୦।୩: ରାୟଗଡା ଜିଲା କାଶିପୁର ଟିକିରିରେ ଦୀର୍ଘ ୩ ମାସ ହେଲା ପାଣି ସମସ୍ୟା ଦେଖାଦେଇଛି। ଏହାକୁ ବିରୋଧ କରି ରାଜରାସ୍ତାକୁ ମହିଳାମାନେ ଓହ୍ଲାଇଛନ୍ତି। ମହିଳାମାନେ ହାଣ୍ଡି ଏବଂ ବାଲ୍ଟି ଧରି ପ୍ରତିବାଦ କରୁଥିବା ଦେଖିବାକୁ ମିଳିଛି। ପ୍ରଶାସନ ପକ୍ଷରୁ ପ୍ରତ୍ୟେକ ଘରକୁ ପାଣି ପାଇଁ ଷ୍ଟାଣ୍ଡ ପୋଷ୍ଟ ଲଗାଇ ବିଲ କରାଯାଇଛି ହେଲେ ପାଣି ଆସୁନି। ଫଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ଟିକିରି ଝୋଡିଆ ସାହିରେ ପିଇବା ପାଣି ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ ବାସ୍ତବରେ ଏହାର ବିପରୀତ ଚିତ୍ର ଦେଖୁବାକୁ ମିଳିଛି। ଟିକିରିର ୨ଟି ସ୍ଥାନରେ ରାସ୍ତା ଅବରୋଧ କରାଯାଇଛି। ଦୋରା ସାହି ଏବଂ ହରିଜନ ସାହି ବାସିନ୍ଦା ରାସ୍ତା ଅବରୋଧ କରିଛନ୍ତି।
ପାଣି ନ ପାଇ ଲୋକେ ଝରଣା ନଦୀ ପାଣି ପିଇ ପୁଣି ଝାଡାବାନ୍ତି ହେବାର ଆଶଙ୍କା ରହିଛି। ତୁରନ୍ତ ବିଶୁଦ୍ଧ ପାଣି ଯୋଗାଇ ଦେବାକୁ ଅଞ୍ଚଳର ବୁଦ୍ଧିଜୀବୀ ଦାବି କରିଛନ୍ତି। ସେପଟେ ମହିଳାଙ୍କ ଦ୍ୱାରା ରାସ୍ତାରୋକୋ ଦ୍ୱାରା ରାସ୍ତା ଜାମ ରହିଛି। ଟିକିରି ପୋଲିସ ଘଟଣାସ୍ଥଳକୁ ଯାଇ ବୁଝାସୁଝା କରିଥିଲେ ସୁଦ୍ଧା ଲୋକେ ମାନି ନାହାନ୍ତି। ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ନ ମିଳିଲେ ରାସ୍ତାରୁ ହଟିବେ ନାହିଁ ବୋଲି ମହିଳାମାନେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?