ତାତିଲେ ମହିଳା, ନିଆଁରେ ମଦ ଢାଳିଲେ

ଭଦ୍ରକ ଅଫିସ, ୫ା୪: ଗାଁରେ ବେଆଇନ ମଦ ବିକ୍ରିକୁ ନେଇ ତାତିଲେ ମହିଳା। ବିକ୍ରେତାଙ୍କ କ୍ୟାବିନ ଭଙ୍ଗାରୁଜା କରିବା ସହ ଟାୟାର ଜାଳି ନିଆଁରେ ମଦ ଢାଳି ନଷ୍ଟ କରିଛନ୍ତି। ଏପରିକି ଘଟଣାସ୍ଥଳକୁ ଯାଇଥିବା ପୋଲିସ ଭ୍ୟାନ୍‌କୁ ଅଟକାଇଥିଲେ। ଭଦ୍ରକ ବ୍ଲକ ଗୁଜିଦରଡ଼ା ଫାଣ୍ଡି ଅଧୀନ ଆହାରପଦା ହାତୀସାହିରେ ସୋମବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି।
ହାତୀସାହିରେ ଜଣେ ବ୍ୟକ୍ତି ଦୀର୍ଘଦିନ ଧରି ଚୋରାରେ ମଦ ବିକ୍ରି କରୁଛନ୍ତି। ଏହାଦ୍ୱାରା ଛାତ୍ର, ଯୁବକମାନେ ନିଶାସକ୍ତ ହୋଇ ଅଶାନ୍ତ ବାତାବରଣ ସୃଷ୍ଟି ହେଉଛି। ଏହାକୁ ନେଇ ବାରମ୍ବାର ଗୁଜିଦରଡ଼ା ଫାଣ୍ଡି ଓ ଅବକାରୀ ବିଭାଗକୁ ଜଣାଇଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏହି ମଦ ବେପାରୀ ଫାଣ୍ଡି ପୋଲିସ ଓ ଅବକାରୀ କର୍ମଚାରୀଙ୍କୁ ମାସିକିଆ ବଟି ଦେଉଥିବାରୁ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ଗ୍ରାମବାସୀ କହିଛନ୍ତି। ସୋମବାର ରାତିରେ ଗ୍ରାମର ମହିଳାମାନେ ଉକ୍ତ ବେପାରୀ ବେଆଇନ ଭାବେ ମଦ ରଖୁଥିବା କ୍ୟାବିନକୁ ଭାଙ୍ଗି ଓଲଟାଇ ଦେବା ସହ ସେଥିରେ ଥିବା ମଦ ଆଣି ନଷ୍ଟ କରିଥିଲେ। ଏହାକୁ ନେଇ ମଦ ବେପାରୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ଉତ୍ତେଜନା ଦେଖାଦେବାରୁ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। ମହିଳାମାନଙ୍କୁ ପୋଲିସ ବୁଝାଶୁଝା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ସେମାନେ ଟାୟାର ଜାଳି କିଛି ସମୟ ପାଇଁ ରାସ୍ତାରୋକୋ କରିଥିଲେ। ଶେଷରେ ଗ୍ରାମାଞ୍ଚଳ ଥାନା ଅଧିକାରୀ ଅମିତାଭ ଦାସ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିବା ସହ ମଦ ବେପାରୀଙ୍କୁ ଥାନାକୁ ଉଠାଇ ନେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri