ମା’ ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା

ବାଲିଗୁଡା,୨୮।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଦିନତମାମ ମେଘୁଆ ଏବଂ ଖରା ପାଗ ମଧ୍ୟରେ ପବିତ୍ର ବାହୁଡ଼ା ଯାତ୍ରା ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡପଲାଗି, ରୋଷ ହୋମ, ଅବକାଶ ନୀତି ହୋଇଥିଲା। ଏହାପରେ ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳ ବଲ୍ଲଭ ଓ ସକାଳ ଧୂପ, ଖେଚୁଡ଼ି ଭୋଗ ଓ ମଙ୍ଗଳାର୍ପଣ ପରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି ବିଜେ କରି ରଥାରୁଢ଼ କରିଥିଲେ। ଅପରାହ୍ନରେ ରଥଟଣା ଆରମ୍ଭ ହୋଇଥିଲା।

ବାହୁଡ଼ା ଯାତ୍ରାରେ ବାଲିଗୁଡ଼ା ସମେତ ଆଖପାଖ ଅଞ୍ଚଳର ବିଭିନ୍ନ ବାଦ୍ୟ, ନୃତ୍ୟ ଦଳଙ୍କ ନୃତ୍ୟରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା। ୧୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିଲା l ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତିନୋଟି ରଥ ଟଣାଯାଇଥିଲା। ହେଲେ ମା’ ସୁଭଦ୍ରାଙ୍କ ରଥକୁ ମହିଳାମାନେ ଟାଣିଥିଲେ l

ସନ୍ଧ୍ୟାରେ ରଥ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ସନ୍ଧ୍ୟା ଆଳତି କରାଯାଇଥିଲା। ମନ୍ଦିର ପରିଚାଳନା ଟ୍ରଷ୍ଟର ଟି. ଶ୍ରୀନିବାସ ରାଓ, ମଧୁ ସୂଦନ ଦାସ, ଜୀବାନନ୍ଦ ମହାରଣା, ସତ୍ୟ ନାରାୟଣ ପାଢ଼ୀଙ୍କ ସମେତ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ। ଏହି ଅବସରରେ ବିଭିନ୍ନ ଅନୁଷ୍ଠାନ ତରଫରୁ ପାନୀୟ ଜଳ, ପଣା ଓ ଭୋଗର ବ୍ୟବସ୍ଥା କରାଯାଇଥିଲା l ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବାଲିଗୁଡ଼ା ପୋଲିସ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri