ମହିଳାଙ୍କୁ ବଳାତ୍କାର ମାମଲା: ଜାମିନ ନାମଞ୍ଜୁର ପରେ ଜେଲ ଗଲେ ଶିକ୍ଷକ

ମହାକାଳପଡ଼ା,୧୨ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ସରକାରୀ ଶିକ୍ଷକ ରଞ୍ଜିତ ମଣ୍ଡଳ(୪୭) ଜଣେ ୩୯ ବର୍ଷୀୟା ମହିଳାଙ୍କୁ ବଳାତ୍କାର ମାମଲାରେ ଗିରଫ ହୋଇ ଶୁକ୍ରବାର କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ଜେଲ ହାଜତକୁ ଯିବାକୁ ପଡ଼ିଛି। ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଶିକ୍ଷକ ଜଣକ ପାରାଦୀପ ନେଇ ହୋଟେଲରେ ରଖି ବଳାତ୍କାର କରିଥିବା ବୁଧବାର ପୀଡ଼ିତା ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଶିକ୍ଷକଙ୍କୁ ଉଠାଇ ନେଇ ଅଟକ ରଖିଥିଲା। ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଛି। କେନ୍ଦ୍ରାପଡ଼ା ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ କୋର୍ଟରେ ଭାରତୀୟ ନ୍ୟାୟ ସଂହିତା ଧାରା ୧୮୩ ଅନୁସାରେ ପୀଡ଼ିତା ମହିଳାଙ୍କ ବୟାନ ରେକର୍ଡ ଶୁକ୍ରବାର କରାଯାଇଛି ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଅପରପକ୍ଷରେ ଶିକ୍ଷକଙ୍କୁ ଶୁକ୍ରବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିଲା। ଥାନାରେ ନଂ. ୧୩୯/୨୫ରେ ମାମଲା ରୁଜୁ ହୋଇଛି। ପୋଲିସ ଅଟକ ରଖିବା ପରେ ଶିକ୍ଷକ ରଞ୍ଜିତ ଚତୁରତାର ସହ ଶିକ୍ଷକତା କରୁଥିବା ମହାକାଳପଡ଼ା ପଞ୍ଚାୟତ ସ୍ଥାନୀୟ ରାଇଗଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟି ଦରଖାସ୍ତ ଦେଇଛନ୍ତି ବୋଲି ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରତାପ ସିଂ ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇଙ୍କୁ ପଚାରିବାରେ ପୋଲିସ ପକ୍ଷରୁ ଶିକ୍ଷକଙ୍କ ବିରୋଧରେ ରିପୋର୍ଟ ଆସିଲେ ୪୮ ଘଣ୍ଟା ଜେଲରେ ଯଦି ରୁହନ୍ତି, ତେବେ ଆଇନ ଅନୁସାରେ ନିଲମ୍ବିତ ହେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri