Posted inଜାତୀୟ

ବସ୍‌ରେ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କ ପୋଷ୍ଟର ଜାରି କଲା ପୋଲିସ, ସୂଚନା ଦେଲେ ଲକ୍ଷେ ଟଙ୍କା ପୁରସ୍କାର

ପୁଣେ,୨୭।୨:ପୁଣେସ୍ଥିତ ସ୍ବରଗେଟ୍‌ ଜଙ୍କସନ୍‌ରେ ବୁଧବାର ବସ୍‌କୁ ଅପେକ୍ଷା କରିଥିବା ଜଣେ ୨୬ ବର୍ଷୀୟା କର୍ମଜୀବୀ ମହିଳାଙ୍କୁ ମହାରାଷ୍ଟ୍ର ରାଜ୍ୟ ବସ୍‌ ପରିବହନ ନିଗମ(ଏମ୍‌ଏସ୍‌ଆର୍‌ଟିସି)ର ଏକ ବସ୍‌ ଭିତରେ ବଳାତ୍କାର କରାଯାଇଥିଲା। ଏହି ଘଟଣା ଦିଲ୍ଲୀର ନିର୍ଭୟା କାଣ୍ଡକୁ ମନେ ପକାଇଦେଇଥିବାବେଳେ ସାରା ଦେଶରେ ଆଲୋଡନ ସୃଷ୍ଟି କରିଛି। ଅଭିଯୁକ୍ତ ଦତ୍ତାତ୍ରେୟ ରାମଦାସ ଗାଡେ ଫେରାର ଥିବାବେଳେ ଗୁରୁବାର ପୁଣେ ପୋଲିସ ତାଙ୍କର ପୋଷ୍ଟର ବିଭିନ୍ନ ସ୍ଥାନରେ ଲଗାଇଛି।
ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ୧୩ଟି ସ୍ବତନ୍ତ୍ର ଟିମ୍‌ ଗଠନ କରିଛି। ତାଙ୍କ ସମ୍ପର୍କରେ ସୂଚନା ଦେଲେ ଲକ୍ଷେ ଟଙ୍କା ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ସୂଚନାଦାତାଙ୍କ ପରିଚୟ ଗୋପନ ରଖାଯିବ ବୋଲି ପୋଲିସ କହିଛି। ଅଭିଯୁକ୍ତଙ୍କୁ କଠୋରରୁ କଠୋର ଦଣ୍ଡ ବିଧାନ ପାଇଁ ବିଭିନ୍ନ ମହଲରେ ଦାବି ହୋଇଛି। ରାଜ୍ୟରେ ମହିଳାଙ୍କ ସୁରକ୍ଷା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ କରି ବିରୋଧୀ ଦଳଗୁଡ଼ିକ ମହାରାଷ୍ଟ୍ରର ଭାଜପା ନେତୃତ୍ୱାଧୀନ ମେଣ୍ଟ ସରକାରକୁ କଡ଼ା ସମାଲୋଚନା କରିଛନ୍ତି।
ମହିଳା ଏକୁଟିଆ ଛିଡ଼ା ହୋଇଥିବାର ଦେଖି ଅଭିଯୁକ୍ତ ତାଙ୍କ ପାଖକୁ ଆସି ବସ୍‌ଟି ସତାରା ଯିବ ବୋଲି କହି ତାଙ୍କୁ ଏକ ଖାଲି ବସ୍‌ ଭିତରକୁ ନେଇଯାଇଥିଲେ। ସେଠାରେ ସେ ମହିଳାଙ୍କ ପାଟିକୁ ବନ୍ଦ କରି ବଳାତ୍କାର କରିଥିଲେ। ଏହାପରେ ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇ ସେଠାରୁ ଚାଲିଯାଇଥିଲେ। ପୀଡ଼ିତା ଅନ୍ୟ ଏକ ବସ୍‌ ଯୋଗେ ଗାଁକୁ ଯାଇ ଜଣେ ବାନ୍ଧବୀଙ୍କ ସହ ଥାନାରେ ପହଞ୍ଚତ୍ ଅଭିଯୋଗ କରିଥିଲେ।
ଅଭିଯୁକ୍ତ ଦତ୍ତାତ୍ରେୟଙ୍କ ନାଁରେ ଅଧଡଜନ ଚୋରି, ଡକାୟତି ଓ ଛିନ୍‌ତାଇ ମାମଲା ରହିଛି। ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ବଳାତ୍କାର ଘଟିଥିବାବେଳେ ଅଭିଯୁକ୍ତ ଫେରାର ହୋଇଯିବା ନେଇ ପୋଲିସର ପାରିବାପଣିଆକୁ ନେଇ ପ୍ରଶ୍ନ ଉଠିଛି। ଅଭିଯୁକ୍ତ ଆଖୁ କ୍ଷେତରେ ଲୁଚିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଥିବାବେଳେ ତାଙ୍କୁ ଖୋଜି ବାହାର କରିବା ପାଇଁ ପୋଲିସ ସ୍ନିପର ଡଗ୍‌ ଓ ଡ୍ରୋନ୍‌ ନିୟୋଜିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri