Posted inଜାତୀୟ

ବ୍ୟସ୍ତବହୁଳ ସଡ଼କରେ ଯୁବତୀଙ୍କୁ ବଳାତ୍କାର: ଭିଡିଓ ଶୁଟ୍ କରି ସୋସିଆଲ ମିଡିଆରେ ପୋଷ୍ଟ କଲେ ପ୍ରତ୍ୟେକ୍ଷଦର୍ଶୀ

ନୂଆଦିଲ୍ଲୀ,୬।୯: ମଧ୍ୟପ୍ରଦେଶରୁ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ବ୍ୟସ୍ତବହୁଳ ସଡ଼କରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି। ଏଭଳି ଅସାମାଜିକ ଘଟଣାର ବିରୋଧ କରିବା ପରିବର୍ତ୍ତେ ରାସ୍ତାରେ ଯାଉଥିବା ଲୋକେ ଭିଡିଓ ସୁଟିଂ କରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।

ବୁଧବାର ଅପରାହ୍ନରେ ସହରର ସବୁଠୁ ବ୍ୟସ୍ତବହୁଳ ଛକ କୋଏଲା ଫାଟକ ନିକଟରେ ଏହି ଘଟଣା ଘଟିଛି। ପରେ ଲୋକେଶ ନାମକ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।

ପୋଲିସର ସୂଚନାନୁସାରେ, ଯୁବକ ଜଣକ ଏହି ଅଞ୍ଚଳରେ ପୀଡିତାଙ୍କୁ ଭେଟିଥିଲେ। ମହିଳା ଜଣଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କୁ ସାଙ୍ଗରେ ନେଇଯାଇଥିଲେ। ଏହାପରେ ସେ ମହିଳାଙ୍କୁ ମଦ୍ୟପାନ କରାଇଥିଲେ ଏବଂ ଯେତେବେଳେ ସେ ମଦ୍ୟପାନ କରି ଅଚେତ ହୋଇଯାଇଥିଲେ, ସେତେବେଳେ ସେ ତାଙ୍କୁ ରାସ୍ତାକଡ଼କୁ ନେଇ ତାଙ୍କୁ ବଳାତ୍କାର କରିଥିଲେ।

ଜଣେ ପ୍ରତ୍ୟକ୍ଷଦର୍ଶୀ ଏହି ଘଟଣାର ସୁଟିଂ କରି ଭିଡିଓ ଅନଲାଇନରେ ଶେୟାର କରିଥିବାବେଳେ ଅଭିଯୁକ୍ତ ମହିଳାଙ୍କୁ ଧମକ ଦେଇ ଘଟଣାସ୍ଥଳରୁ ପଳାଇ ଯାଇଥିଲେ।

ଏହି ଭାଇରାଲ ଭିଡିଓ ପୀଡ଼ିତାଙ୍କୁ ଉଦ୍ଧାର କରିବାରେ ପୋଲିସକୁ ସାହାଯ୍ୟ କରିଥିଲା। ପରେ ମହିଳାଙ୍କର ବୟାନ ଆଧାରରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ଭିଡିଓର ସମୀକ୍ଷା କରି ଲୋକେଶଙ୍କୁ ଗିରଫ କରିଥିଲା।

ତେବେ ଏହି ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଯାଇଛି। ବିରୋଧୀ କଂଗ୍ରେସ ଶାସକ ଭାଜପାକୁ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଉଛି ବୋଲି ଦାୟୀ କରିଛି।

ମଧ୍ୟପ୍ରଦେଶ କଂଗ୍ରେସ ଏହି ଘଟଣାର ଭିଡିଓ ଏହାର ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ କରି କହିଛି, “ପବିତ୍ର ସହର ଉଜ୍ଜୟିନୀ ପୁଣି ଥରେ ଲଜ୍ଜିତ। କ୍ଷମତାରେ ଥିବା ଲୋକମାନେ ଲଜ୍ଜାରେ ମରିବା ଉଚିତ୍ କିମ୍ବା ଇସ୍ତଫା ଦେବା ଉଚିତ୍। ”


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?