କାମ ସାରି ଘରକୁ ଫେରୁଥିବା ବେଳେ ଟ୍ରେନ୍‌ ଲାଇନ କଡ଼ରେ ମହିଳାଙ୍କୁ ବଳାତ୍କାର

ରାଉରକେଲା, ୮।୧୦(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅଧୀନ ରଘୁନାଥପାଲୀ ଥାନା ଅଞ୍ଚଳରେ ସୋମବାର ରାତି ପ୍ରାୟ ୯ଟାରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କୋଏଲବ୍ୟାଙ୍କ ଅଞ୍ଚଳର କାହ୍ନୁ ଚରଣ ଜେନା(୩୨)। ତାଙ୍କୁ ମଙ୍ଗଳବାର ସନ୍ଧ୍ୟା ୭ଟାରେ ଡାକ୍ତରୀ ମାଇନା ପରେ କୋର୍ଟଚାଲାଣ କରାଯାଇଛି। ପୋଲିସ ଅନ୍ୟ ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ସେହିପରି ପୂର୍ବାହ୍ନ ୧୧ଟାରେ ପୀଡ଼ିତା ମହିଳାଙ୍କ ଡାକ୍ତରୀ ମାଇନା ପରେ କୋର୍ଟରେ ବୟାନ ରେକର୍ଡ କରାଯାଇଛି। ଏ ନେଇ ରଘୁନାଥପାଲୀ ଥାନାରେ ଏକ ମାମଲା (ନଂ.୫୬୪/୨୫) ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ମହିଳା ଜଣଙ୍କ ପାନପୋଷ ଅଞ୍ଚଳରେ ଘରୋଇ କାମ କରନ୍ତି। ଗିରଫ ଅଭିଯୁକ୍ତ, ଅଟକ ଯୁବକ ଦ୍ୱୟ ଏବଂ ପୀଡ଼ିତା ମହିଳା ପରସ୍ପର ପରିଚିତ ଅଟନ୍ତି। ମହିଳା ଜଣଙ୍କ ସୋମବାର ରାତି ପ୍ରାୟ ୯ଟାରେ କାମ ସାରି ଘରକୁ ଫେରୁଥିବା ବେଳେ ଏସ୍‌ଟିଆଇ ଓଭରବ୍ରିଜ୍‌ ଖରିଆବାହାଲ ବସ୍ତି ରେଳ ଲାଇନ ପାର୍ଶ୍ୱରେ ଅଭିଯୁକ୍ତ କାହ୍ନୁ ଚରଣ ତାଙ୍କୁ ପ୍ରଲୋଭିତ କରି ବଳାତ୍କାର କରିଥିଲେ। ତାଙ୍କ ସହଯୋଗୀମାନେ ବଳାତ୍କାର କରିବାକୁ ଊଦ୍ୟମ କଲାବେଳେ ମହିଳା ଜଣଙ୍କ ସେଠାରୁ କୌଣସି ପ୍ରକାରେ ଖସିଆସି ରଘୁନାଥପାଲୀ ଥାନାରେ ରାତି ପ୍ରାୟ ୨ଟା ୪୫ ମିନିଟ୍‌ରେ ଅଭିଯୋଗ କରିଥିଲେ। ପୋଲିସ ତନାଘନା କରି ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଥିଲା। ଜଣେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ଅନ୍ୟ ୨ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ସେମାନଙ୍କ ସମ୍ପୃକ୍ତି ଥିଲେ କାର୍ଯ୍ୟାନୁଷ୍ଟାନ ସୁନିଶ୍ଚିତ ଗ୍ରହଣ କରାଯିବ ବୋଲି ପାନପୋଷ ଏସ୍‌ଡିପିଓ ରଶ୍ମିରଞ୍ଜନ ମହାପାତ୍ର କହିଛନ୍ତି।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri