କାମ ସାରି ଘରକୁ ଫେରୁଥିବା ବେଳେ ଟ୍ରେନ୍‌ ଲାଇନ କଡ଼ରେ ମହିଳାଙ୍କୁ ବଳାତ୍କାର

ରାଉରକେଲା, ୮।୧୦(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅଧୀନ ରଘୁନାଥପାଲୀ ଥାନା ଅଞ୍ଚଳରେ ସୋମବାର ରାତି ପ୍ରାୟ ୯ଟାରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କୋଏଲବ୍ୟାଙ୍କ ଅଞ୍ଚଳର କାହ୍ନୁ ଚରଣ ଜେନା(୩୨)। ତାଙ୍କୁ ମଙ୍ଗଳବାର ସନ୍ଧ୍ୟା ୭ଟାରେ ଡାକ୍ତରୀ ମାଇନା ପରେ କୋର୍ଟଚାଲାଣ କରାଯାଇଛି। ପୋଲିସ ଅନ୍ୟ ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ସେହିପରି ପୂର୍ବାହ୍ନ ୧୧ଟାରେ ପୀଡ଼ିତା ମହିଳାଙ୍କ ଡାକ୍ତରୀ ମାଇନା ପରେ କୋର୍ଟରେ ବୟାନ ରେକର୍ଡ କରାଯାଇଛି। ଏ ନେଇ ରଘୁନାଥପାଲୀ ଥାନାରେ ଏକ ମାମଲା (ନଂ.୫୬୪/୨୫) ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ମହିଳା ଜଣଙ୍କ ପାନପୋଷ ଅଞ୍ଚଳରେ ଘରୋଇ କାମ କରନ୍ତି। ଗିରଫ ଅଭିଯୁକ୍ତ, ଅଟକ ଯୁବକ ଦ୍ୱୟ ଏବଂ ପୀଡ଼ିତା ମହିଳା ପରସ୍ପର ପରିଚିତ ଅଟନ୍ତି। ମହିଳା ଜଣଙ୍କ ସୋମବାର ରାତି ପ୍ରାୟ ୯ଟାରେ କାମ ସାରି ଘରକୁ ଫେରୁଥିବା ବେଳେ ଏସ୍‌ଟିଆଇ ଓଭରବ୍ରିଜ୍‌ ଖରିଆବାହାଲ ବସ୍ତି ରେଳ ଲାଇନ ପାର୍ଶ୍ୱରେ ଅଭିଯୁକ୍ତ କାହ୍ନୁ ଚରଣ ତାଙ୍କୁ ପ୍ରଲୋଭିତ କରି ବଳାତ୍କାର କରିଥିଲେ। ତାଙ୍କ ସହଯୋଗୀମାନେ ବଳାତ୍କାର କରିବାକୁ ଊଦ୍ୟମ କଲାବେଳେ ମହିଳା ଜଣଙ୍କ ସେଠାରୁ କୌଣସି ପ୍ରକାରେ ଖସିଆସି ରଘୁନାଥପାଲୀ ଥାନାରେ ରାତି ପ୍ରାୟ ୨ଟା ୪୫ ମିନିଟ୍‌ରେ ଅଭିଯୋଗ କରିଥିଲେ। ପୋଲିସ ତନାଘନା କରି ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଥିଲା। ଜଣେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ଅନ୍ୟ ୨ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ସେମାନଙ୍କ ସମ୍ପୃକ୍ତି ଥିଲେ କାର୍ଯ୍ୟାନୁଷ୍ଟାନ ସୁନିଶ୍ଚିତ ଗ୍ରହଣ କରାଯିବ ବୋଲି ପାନପୋଷ ଏସ୍‌ଡିପିଓ ରଶ୍ମିରଞ୍ଜନ ମହାପାତ୍ର କହିଛନ୍ତି।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?