ସାଲେପୁର,୨।୯: କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ମହଳାଙ୍କ ଦେହରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ମହିଳା ଜଣକ ନିଜେ ଜଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ନା ତାଙ୍କୁ କେହି ନିଆଁ ଲଗାଇ ଜାଳି ଦେବାକୁ ଉଦ୍ୟମ କରାଯାଇଛି ତାହା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।