Posted inରାଜ୍ୟ

ଶିଶୁକନ୍ୟାକୁ ଛାଡ଼ି ମହିଳା ଫେରାର

ଉଦଳା, ୧୩। ୫ – ୩ ମାସର ଶିଶୁକନ୍ୟାକୁ ଅଜଣା ଲୋକ ହାତରେ ଟେକିଦେଇ ଫେରାର ହୋଇଯାଇଛନ୍ତି ଜଣେ ମହିଳା। ଗୁରୁବାର ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ନାଗପାଳ ଅଞ୍ଚଳରେ ଘଟିଛି ଏଭଳି ଘଟଣା।

ପୂର୍ବାହ୍ନ ପ୍ରାୟ ୧୦ଟା ବେଳେ ନାଗପାଳ କେନାଲ ରାସ୍ତାରେ ପାଣ୍ଡୁ ହଁାସଦା ନାମକ ଜଣେ ଯୁବକ ଠିଆ ହୋଇଥିଲେ। ଶିଶୁକନ୍ୟାଙ୍କୁ ଧରି ତାଙ୍କ ପାଖରେ ପହଞ୍ଚିଥିଲେ ଜଣେ ଅଜଣା ମହିଳା। ଅନ୍ୟ ଜଣେ ବ୍ୟକ୍ତି ଥିଲେ ମହିଳାଙ୍କ ସହ। ୧୦ ମିନିଟ୍‌ ଛୁଆକୁ ଧରିଥାଅ ଟଙ୍କା ନେଇ ଆସୁଛି କହି ପଳାଇଥିଲେ ମହିଳା। ଦୁଇଘଣ୍ଟା ପରେ ମଧ୍ୟ ମହିଳା
ନ ଫେରିବାରୁ ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ ପହଞ୍ଚି ପାଣ୍ଡୁଙ୍କୁ ପଚରାଉଚରା କରିଥିଲା। ହେଲେ ପାଣ୍ଡୁ ସେହି ମହିଳାଙ୍କୁ ଚିହ୍ନି ନ ଥିବା କହିଥିଲେ। ଉଦଳା ସିଡିପିଓ ଆଲାଦି ମାରାଣ୍ଡି ଘଟଣାସ୍ଥଳରେ ପହଞ୍ଚି ପୋଲିସ ଏବଂ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ଶିଶୁକନ୍ୟାକୁ ଚିକିତ୍ସା ପାଇଁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri