ହାଇୱା ଧକ୍କାରେ ମହିଳା ସରପଞ୍ଚଙ୍କ ମୃତ୍ୟୁ

ନିମାପଡ଼ା,୧୨।୩(ଡି.ଏନ୍‌.ଏ.):ପୁରୀ ଜିଲା ନିମାପଡ଼ା ଡେଲ୍‌ଟା ଛକରେ ଏକ ହାଇୱା ଧକ୍କାରେ ଶନିବାର ଜଣେ ମହିଳା ସରପଞ୍ଚଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସଦାନନ୍ଦପୁର ଗ୍ରାମର ଦୀପା ବେହେରା(୩୨)। ଏନେଇ ତାଙ୍କ ପୁତୁରା ପ୍ରଶାନ୍ତ ବେହେରା ନିମାପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ସରପଞ୍ଚଙ୍କ ପରିବାର ଓ ସମ୍ପର୍କୀୟଙ୍କ ଦାବି ଅନୁଯାୟୀ ପୋଲିସ ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବଦଳରେ ପୁରୀ ହସ୍ପିଟାଲକୁ ପଠାଇଛି। ପୋଲିସ ଦୁଇ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି।
ସୂଚନା ମୁତାବକ, ସରପଞ୍ଚ ଦୀପା ତାଙ୍କ ପରିବାର ସହ ନିମାପଡ଼ାର ଏକ ବିବାହ ଭୋଜିରେ ଯୋଗଦେଇଥିଲେ। ସେଠାରୁ ଦୀପାଙ୍କ ମା’ ଏବଂ ଭାଇ ଏକ ବାଇକ୍‌ରେ ଫେରୁଥିବାବେଳେ ସେ ଓ ତାଙ୍କ ପୁତୁରା ଅନ୍ୟ ଏକ ବାଇକ୍‌ (ଓଡି୦୨ଏଏକ୍ସ-୭୨୭୭) ଯୋଗେ ଘରକୁ ଫେରୁଥିଲେ। ଡେଲ୍‌ଟା ଛକରେ କୌଣସି କାରଣରୁ ଦୀପା ବାଇକ୍‌ରୁ ଖସିପଡ଼ିଥିଲେ। ଦ୍ରୁତଗତିରେ ସାମ୍‌ନାପଟୁ ଆସୁଥିବା ଏକ ହାଇୱା (ଓଡି୦୫ବିଏ-୦୫୦୧) ତାଙ୍କ ମୁଣ୍ଡ ଉପରେ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ହାଇୱା ଚାଳକ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଦୁର୍ଘଟଣା ପରେ ସେଠାରେ ୧ ଘଣ୍ଟା ଧରି ଉତ୍ତେଜନା ଦେଖିଦେଇଥିଲା। ନିମାପଡ଼ାର ବିଭିନ୍ନ ଛକ ବଜାରର ମୁଖ୍ୟ ରାସ୍ତାରେ ଦୈନିକ ସକାଳ ୮ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭାରିଯାନ ଚଳାଚଳ ବନ୍ଦ କରାଯିବାକୁ ସ୍ଥାନୀୟ ଅଞ୍ଚଳବାସୀ ପୋଲିସ ନିକଟରେ ଦାବି କରିଛନ୍ତି। ନିମାପଡ଼ା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା। ଖବର ପାଇ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ ପଣ୍ଡା ଓ ସତ୍ୟବାଦୀ ବ୍ଲକର କେତେଜଣ ସରପଞ୍ଚ ସେଠାରେ ପହଞ୍ଚି ଦୁର୍ଘଟଣା ସମ୍ପର୍କରେ ନିମାପଡ଼ା ଆଇଆଇସି ଶଙ୍କର୍ଷଣ ଦଳେଇଙ୍କ ସହ ଆଲୋଚନା କରିଥିଲେ। ମୃତା ସରପଞ୍ଚଙ୍କ ପରିବାରକୁ ରେଡ୍‌କ୍ରସ ପାଣ୍ଠିରୁ ସହାୟତା ଯୋଗାଇ ଦିଆଯିବ ବୋଲି ତହସିଲଦାର ସ୍ତୁତିପ୍ରଜ୍ଞା ପ୍ରିୟଦର୍ଶିନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri