ହାଇୱା ଧକ୍କାରେ ମହିଳା ସରପଞ୍ଚଙ୍କ ମୃତ୍ୟୁ

ନିମାପଡ଼ା,୧୨।୩(ଡି.ଏନ୍‌.ଏ.):ପୁରୀ ଜିଲା ନିମାପଡ଼ା ଡେଲ୍‌ଟା ଛକରେ ଏକ ହାଇୱା ଧକ୍କାରେ ଶନିବାର ଜଣେ ମହିଳା ସରପଞ୍ଚଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସଦାନନ୍ଦପୁର ଗ୍ରାମର ଦୀପା ବେହେରା(୩୨)। ଏନେଇ ତାଙ୍କ ପୁତୁରା ପ୍ରଶାନ୍ତ ବେହେରା ନିମାପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ସରପଞ୍ଚଙ୍କ ପରିବାର ଓ ସମ୍ପର୍କୀୟଙ୍କ ଦାବି ଅନୁଯାୟୀ ପୋଲିସ ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବଦଳରେ ପୁରୀ ହସ୍ପିଟାଲକୁ ପଠାଇଛି। ପୋଲିସ ଦୁଇ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି।
ସୂଚନା ମୁତାବକ, ସରପଞ୍ଚ ଦୀପା ତାଙ୍କ ପରିବାର ସହ ନିମାପଡ଼ାର ଏକ ବିବାହ ଭୋଜିରେ ଯୋଗଦେଇଥିଲେ। ସେଠାରୁ ଦୀପାଙ୍କ ମା’ ଏବଂ ଭାଇ ଏକ ବାଇକ୍‌ରେ ଫେରୁଥିବାବେଳେ ସେ ଓ ତାଙ୍କ ପୁତୁରା ଅନ୍ୟ ଏକ ବାଇକ୍‌ (ଓଡି୦୨ଏଏକ୍ସ-୭୨୭୭) ଯୋଗେ ଘରକୁ ଫେରୁଥିଲେ। ଡେଲ୍‌ଟା ଛକରେ କୌଣସି କାରଣରୁ ଦୀପା ବାଇକ୍‌ରୁ ଖସିପଡ଼ିଥିଲେ। ଦ୍ରୁତଗତିରେ ସାମ୍‌ନାପଟୁ ଆସୁଥିବା ଏକ ହାଇୱା (ଓଡି୦୫ବିଏ-୦୫୦୧) ତାଙ୍କ ମୁଣ୍ଡ ଉପରେ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ହାଇୱା ଚାଳକ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଦୁର୍ଘଟଣା ପରେ ସେଠାରେ ୧ ଘଣ୍ଟା ଧରି ଉତ୍ତେଜନା ଦେଖିଦେଇଥିଲା। ନିମାପଡ଼ାର ବିଭିନ୍ନ ଛକ ବଜାରର ମୁଖ୍ୟ ରାସ୍ତାରେ ଦୈନିକ ସକାଳ ୮ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭାରିଯାନ ଚଳାଚଳ ବନ୍ଦ କରାଯିବାକୁ ସ୍ଥାନୀୟ ଅଞ୍ଚଳବାସୀ ପୋଲିସ ନିକଟରେ ଦାବି କରିଛନ୍ତି। ନିମାପଡ଼ା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା। ଖବର ପାଇ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ ପଣ୍ଡା ଓ ସତ୍ୟବାଦୀ ବ୍ଲକର କେତେଜଣ ସରପଞ୍ଚ ସେଠାରେ ପହଞ୍ଚି ଦୁର୍ଘଟଣା ସମ୍ପର୍କରେ ନିମାପଡ଼ା ଆଇଆଇସି ଶଙ୍କର୍ଷଣ ଦଳେଇଙ୍କ ସହ ଆଲୋଚନା କରିଥିଲେ। ମୃତା ସରପଞ୍ଚଙ୍କ ପରିବାରକୁ ରେଡ୍‌କ୍ରସ ପାଣ୍ଠିରୁ ସହାୟତା ଯୋଗାଇ ଦିଆଯିବ ବୋଲି ତହସିଲଦାର ସ୍ତୁତିପ୍ରଜ୍ଞା ପ୍ରିୟଦର୍ଶିନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri