ଏସ୍‌ପି ଅଫିସ ଆଗରେ ମହିଳାଙ୍କ ଧାରଣା

ଭଦ୍ରକ ଅଫିସ, ୧୧।୮: ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ସିଜୁଗଡ଼ିଆ (କଟିଣା) ଗ୍ରାମର ସନ୍ତୋଷିନୀ ଯେନା ନାମ୍ନୀ ମହିଳା ଶାଶୁଘର ଲୋକ ତାଙ୍କୁ ନିର୍ଯାତନା ଦେଉଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ଥାନା ଏଏସ୍‌ଆଇ ନ୍ୟାୟ ଦେବା ବଦଳରେ ଟାଳଟୁଳ ନୀତି ଅବଲମ୍ବନ କରିବା ସହ ତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ସେ ବୁଧବାର ଏସ୍‌ପିଙ୍କ ଅଫିସ୍‌ ଆଗରେ ଧାରଣାରେ ବସିଥିଲେ।

ବନ୍ତ ଥାନା ଅଧୀନ ଚଣ୍ଡିପୁର ଗ୍ରାମର ସନ୍ତୋଷିନୀ ସିଜୁଗଡ଼ିଆ(କଟିଣା) ଗ୍ରାମର ଚନ୍ଦ୍ରକାନ୍ତଙ୍କୁ ୨୦୨୧ ଜୁନ୍‌ ୧୨ରେ ବିବାହ କରିଥିଲେ। ବିବାହର କିଛିଦିନ ପରେ ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ତାଙ୍କୁ ନିର୍ଯାତନା ଦେବା ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିଲେ। ସନ୍ତୋଷିନୀ ଏନେଇ ଗତ ଜୁନ୍‌ ୮ରେ ବନ୍ତ ଥାନାରେ ଏତଲା ଦେବା ପରେ ମାମଲା (ନଂ.୯୨/୨୨) ରୁଜୁ କରାଯାଇଥିଲା। ଏଏସ୍‌ଆଇ ମାନସ ପରିଡ଼ା ଏହାର ତଦନ୍ତଭାର ଗ୍ରହଣ କରିଥିଲେ। ମାତ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଏଏସ୍‌ଆଇ ପରିଡ଼ା ଟାଳଟୁଳ ନୀତି ଅବଲମ୍ବନ କରୁଛନ୍ତି। ଏହାସହ ଶାଶୁଘର ପକ୍ଷ ନେଇ ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଓ ଦଫା କୋହଳ କରିବା ନେଇ ସନ୍ତୋଷିନୀ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏସ୍‌ପି ଚରଣ ସିଂ ମୀନା ତାଙ୍କ ସହ ଆଲୋଚନା କରି ଏସ୍‌ଡିପିଓଙ୍କ ଦ୍ୱାରା ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେବା ପରେ ସେ ଧାରଣାରୁ ହଟିଥିଲେ।

ସମ୍ପର୍କରେ ଏଏସ୍‌ଆଇ ପରିଡ଼ା କହିଛନ୍ତି, ଏହି ମାମଲାରେ ଉକ୍ତ ମହିଳାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁର ୩ଜଣ ଅଭିଯୁକ୍ତ ଅଛନ୍ତି। ଥାନାଧିକାରୀଙ୍କ ନିର୍ଦ୍ଦେଶାନୁସାରେ ମୋତେ ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଥିଲା। ଉକ୍ତ ମାମଲାରେ ଅଭିଯୁକ୍ତମାନଙ୍କୁ ଗିରଫ କଲା ଭଳି ଦଫା ନ ଥିବାରୁ କାହାକୁ ଗିରଫ କରାଯାଇ ନାହିଁ। ଏହାବ୍ୟତୀତ ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ମିଥ୍ୟା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?