ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮ ବର୍ଷ ଧରି ସ୍ୱାମୀଙ୍କୁ ନଜଣାଇ ପ୍ରାୟ ୧୨ ଲକ୍ଷ ଟଙ୍କା ସଞ୍ଚୟ କରିଥିଲେ। ଭବିଷ୍ୟତରେ ସେହି ଟଙ୍କାରେ ସୁନା ଗହଣା କିଣିବା ତାଙ୍କର ଯୋଜନା ଥିଲା। ମହିଳା ଜଣକ ଟଙ୍କାଗୁଡ଼ିକୁ ଘରର ଏକ ଟ୍ରଙ୍କରେ ରଖିଥିଲେ। ବର୍ଷ ବର୍ଷ ଧରି ଟ୍ରଙ୍କଟି ବନ୍ଦ ରହିବା ପରେ ଯେତେବେଳେ ସେ ଏହାକୁ ଖୋଲିଲେ, ଭିତରର ଦୃଶ୍ୟ ଦେଖି ଚକିତ ହୋଇଗଲେ । ନୋଟ୍‌ଗୁଡ଼ିକୁ ମୂଷା କାମୁଡ଼ି ନଷ୍ଟ କରିଦେଇଥିଲେ। ଅନେକ ନୋଟ୍‌ର କେବଳ ଖଣ୍ଡବିଖଣ୍ଡ ଅଂଶ ହିଁ ରହିଥିଲା।

ସୂଚନା ଅନୁସାରେ, ମହିଳା ଜଣକ ପ୍ରାୟ ୨୦୧୯ରୁ ଅଳ୍ପ ଅଳ୍ପ କରି ଟଙ୍କା ସଞ୍ଚୟ କରି ଟ୍ରଙ୍କରେ ରଖୁଥିଲେ। ଧୀରେ ଧୀରେ ଏହି ରାଶି ପ୍ରାୟ ୧୨ ଲକ୍ଷ ଟଙ୍କାରେ ପହଞ୍ଚିଥିଲା। ଏ ସମ୍ପର୍କରେ ସେ ସ୍ୱାମୀଙ୍କୁ ମଧ୍ୟ ଜଣାଇନଥିଲେ। ଟ୍ରଙ୍କ ଖୋଲିବା ପରେ ଟଙ୍କାଗୁଡ଼ିକ ମୂଷା ଦ୍ୱାରା ନଷ୍ଟ ହୋଇଥିବା ଜଣାପଡ଼ିଥିଲା। ଘଟଣା ପରେ ପରିବାର ଲୋକେ ଟ୍ରଙ୍କରୁ ବାହାରିଥିବା ନୋଟ୍‌ ଓ ନୋଟ୍‌ର ଖଣ୍ଡଗୁଡ଼ିକୁ ଅଲଗା କରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ଭିନ୍ନଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri