ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍

ବଲାଙ୍ଗୀର,୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା ଦେଇ ଜଣେ ଦମ୍ପତି କିଣିଥିବା ଜଣାପଡିବା ପରେ ହଇଚଇ ସୃଷ୍ଟି ହୋଇଛି।

ବଲାଙ୍ଗୀର ସହର ମାଲପଡାରେ ଭଡ଼ାଘରେ ରହୁଥିବା ଜଣେ ମହିଳା ଗତ ୬ ତାରିଖ ଦିନ ଶିଶୁକୁ ଜନ୍ମ ଦେଇଥିଲେ। ଗତ ୮ ତାରିଖ ଦିନ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ସେଇ ଦିନ ଟିଟିଲାଗଡ଼ର ଜଣେ ମହିଳା ମଧ୍ୟସ୍ଥି ସମ୍ପୃକ୍ତ ନବଜାତ ଶିଶୁକୁ ସେଠାରୁ ନେଇ ଯାଇଥିବା ଜଣାପଡିଛି।

ଶିଶୁ ମଙ୍ଗଳ ସମିତି ଓ ଜିଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ଶିଶୁ ପୁତ୍ର ଏପର୍ଯ୍ୟନ୍ତ ଠାବ କରାଯାଇନାହିଁ। ଏଡିଏମ୍ ପବିତ୍ର ବେହେରା ବଲାଙ୍ଗୀର ମାଲପଡାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ବନ୍ୟା ଜଳରୁ ୧୦ କୃଷ୍ଣସାର ଉଦ୍ଧାର, ୨ ମୃତ

ଗଞ୍ଜାମ,୧।୧୧,(ଅନାଥ ତରାଇ ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ କେତେକ କୃଷ୍ଣସାର ମୃଗ ଭାସିଯାଉଥିବା ଦେଖିବାକୁ…

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?