ସମୁଦୁଣୀଙ୍କୁ ତୀର ମାଡ଼ କଲେ ସମୁଦି, ପେଟରେ ବାଜି…

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ଗମଲେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତୀରମାଡରେ ମହିଳା ଜଣକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ହସ୍ପିଟାଳରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ତୀର ମାରିଥିବା ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ଗମଲେଇ ଗ୍ରାମର ବିଧବା ମହିଳା ଲକ୍ଷ୍ମୀ କିଷାନ। ତାଙ୍କ ସମ୍ପର୍କୀୟ ଲୁକୁ କିଷାନଙ୍କ ସହ ଭଲ ସମ୍ପର୍କ ରହିଥିଲା। ଉଭୟେ ସମୁଦି ଏବଂ ସମୁଦୁଣୀ ବୋଲି ଡକାଡକି ହେଉଥିଲେ l ହେଲେ ହଠାତ୍‌ ଭୋରରେ ଲୁକୁ ଲକ୍ଷ୍ମୀ ଘରକୁ ଯାଇ ଜଣେ ବାହାର ଲୋକ ଥିବା ଦେଖି ଉତ୍ତ୍ୟକ୍ତ ହୋଇପଡିଥିଲା । ପରେ ସେ ଘରୁ ଧନୁ ତୀର ଆଣି ସମ୍ପୃକ୍ତ ଲୋକଙ୍କୁ ତୀରମାଡ଼ କରିଥିଲେ।

ହେଲେ ଦୁର୍ଭାଗ୍ୟ ବଶତଃ ତୀର ଲକ୍ଷ୍ମୀଙ୍କ ପେଟରେ ବାଜି ଗଳି ଯାଇଥିଲା। ଗୁରୁତର ଅବସ୍ଥାରେ ଲକ୍ଷ୍ମୀଙ୍କୁ ପ୍ରଥମେ ଉପଖଣ୍ଡ ଚିକିତ୍ସାଳୟ ବଣାଇଁ ଓ ପରେ ରାଉରକେଲା ସ୍ଥାନାନ୍ତର କରାଯାଇଛି l ଘଟଣାସ୍ଥଳରେ ଲହୁଣିପଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ସୋନମ ୱାଙ୍ଗଚୁକଙ୍କୁ ଚାରିଆଡ଼ୁ ସମର୍ଥନ: ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ…

କେନ୍ଦୁଝର,୨୦।୭(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶର ଶିକ୍ଷା ବ୍ୟବସ୍ଥାକୁ ବଞ୍ଚାଇବା ଏବଂ ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ ସଂଘର୍ଷ କରୁଥିବା ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଆଜି କେନ୍ଦୁଝରରେ ଆମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri