ଦେଶୀ ବନ୍ଧୁକରୁ ଗୁଳି ଫୁଟି ମହିଳା ମୃତ

ପଟ୍ଟାଙ୍ଗି, ୨୯।୩(ଡି.ଏନ୍‌.ଏ.): ଘରେ ରଖିଥିବା ଦେଶୀ ବନ୍ଧୁକ କାଢ଼ିବାବେଳେ ଅସାବଧାନତା ହେତୁ ଗୁଳି ଫୁଟି ପାଖରେ ଥିବା ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ସେ ହେଲେ କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନ ନୂଆଁଗା ପଞ୍ଚାୟତ ସଦର ଗ୍ରାମର ଜାନି ମାଙ୍ଗୁଡୁଙ୍କ ସ୍ତ୍ରୀ ମଞ୍ଜୁଳା। ପୋଲିସ ବନ୍ଧୁକ ସଫା କରୁଥିବା ବଇ କମଳୁଙ୍କୁ ଅଟକ ରଖି ପଚରାଉଚରା କରୁଛି। ଚୈତ୍ର ପର୍ବରେ ଶିକାର କରି ପୂଜା କରିବା ଉଦ୍ଦେଶ୍ୟରେ ଘରେ ଥିବା ଦେଶୀ ବନ୍ଧୁକକୁ ଜାନିଙ୍କ ସମ୍ପର୍କୀୟ ବଇ ମଙ୍ଗଳବାର ରାତିରେ ସଫା କରିବା ପାଇଁ ଘର ଆଟୁ ଉପରୁ କାଢ଼ିବାବେଳେ ତାହା ଖସି ପଡ଼ିଥିଲା। ବନ୍ଧୁକରେ ଗୁଳି ଭରି ରହିଥିବାରୁ ତାହା ଫୁଟିଯାଇ ତଳେ ଶୋଇଥିବା ମଞ୍ଜୁଳାଙ୍କ ଦେହରେ ବାଜିଥିଲା। ଗୁଳି ଫୁଟିବା ଶବ୍ଦ ଶୁଣି ଗ୍ରାମବାସୀ ମାଙ୍ଗୁଡୁଙ୍କ ଘରେ ପହଞ୍ଚତ୍ଥିଲେ। ଏହି ସମୟରେ ମଞ୍ଜୁଳା ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡି ରହିଥିଲେ। ବିଳମ୍ବିତ ରାତି ହୋଇଯାଇଥିବାରୁ ସ୍ଥାନୀୟ ଡାକ୍ତରଖାନାକୁ ଆଣି ପାରି ନ ଥିଲେ। ବୁଧବାର ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିବାବେଳେ ମଞ୍ଜୁଳାଙ୍କ ମୃତ୍ୟୁ ହୋଇଯାଇଥିଲା। ଡାକ୍ତରଖାନା କର୍ତ୍ତୃପକ୍ଷ ପୋଲିସକୁ ଖବର ଦେଇଥିଲେ। ସୁନାବେଡ଼ା ଏସ୍‌ଡିପିଓ ମନୋଜ କୁମାର ବେହେରା ଏବଂ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତକରି କେସ୍‌ ନଂ. ୪୧/୨୩ରେ ଏକ ମାମଲା ରୁଜୁ କରିଛି। ପୋଲିସ ବଇଙ୍କୁ ଅଟକ ରଖି ପଚରାଉଚରା କରୁଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri