ବିବାହର ପ୍ରତିଶ୍ରୁତି ଦେଇ ମହିଳା ଏସ୍‌ଆଇଙ୍କୁ ବଳାତ୍କାର, ସୁବେଦାର ଗିରଫ

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଜଣେ ମହିଳା ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ)ଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ଭୁବନେଶ୍ୱର ମହିଳା ଥାନା ପୋଲିସ ବୁଧବାର ଜଣେ ସୁବେଦାରଙ୍କୁ ଗିରଫ କରିଛି। ସେ ହେଲେ ତୋଷବନ୍ତ ଆଚାର୍ଯ୍ୟ। ତାଙ୍କ ଘର କନ୍ଧମାଳ ଜିଲାରେ ହୋଇଥିବାବେଳେ ସେ କଳାହାଣ୍ଡି ଜିଲାରେ କାର୍ଯ୍ୟରତ ଅଛନ୍ତି। ପୋଲିସ ପକ୍ଷରୁ ତାଙ୍କୁ ପଚରାଉଚରା ପରେ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ ତୋଷବନ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏଥିସହ ପୀଡ଼ିତା ଏସ୍‌ଆଇଙ୍କ ଡାକ୍ତରୀମାଇନା ପରେ ବୟାନ ରେକର୍ଡ କରାଯାଇଥିବା ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ପୀଡ଼ିତା ଏସ୍‌ଆଇ ଜଣକ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ କାର୍ଯ୍ୟରତ ଅଛନ୍ତି। ପୀଡ଼ିତା ଓ ତୋଷବନ୍ତ ୮ ବର୍ଷ ଧରି ପ୍ରେମ ସମ୍ପର୍କରେ ଥିଲେ। ଉଭୟ କଲେଜରେ ପଢ଼ୁଥିବା ବେଳେ ସମ୍ପର୍କ ଆରମ୍ଭ ହୋଇଥିଲା। ପୀଡ଼ିତାଙ୍କ ସିନିୟର ଥିଲେ ତୋଷବନ୍ତ। ଅଭିଯୁକ୍ତ ତୋଷବନ୍ତ କେନ୍ଦ୍ରାପଡ଼ା ଜିଲାରେ ପ୍ରୋବେଶନ ପିରିୟଡ୍‌ରେ ଥିବାବେଳେ ପୀଡ଼ିତାଙ୍କ ସହ ଅଧିକ ନିକଟତର ହୋଇଥିଲେ। ସେ ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବିଭିନ୍ନ ସ୍ଥାନକୁ ନେଇ ଶାରୀରିକ ସମ୍ପର୍କ ରଖିଥିଲେ। ଫଳରେ ଏସ୍‌ଆଇ ଜଣକ ଗର୍ଭବତୀ ହୋଇଥିଲେ। ପୀଡ଼ିତା ଜଣକ ବିବାହ କରିବାକୁ କହିବାରୁ ତୋଷବନ୍ତ ଏହାକୁ ଏଡ଼ାଇ ଦେଇଥିଲେ। ଏନେଇ କିଛିଦିନ ତଳେ ମହିଳା ଥାନାରେ ପୀଡ଼ିତା ଏସ୍‌ଆଇ ଏତଲା ଦେଇଥିଲେ। ଅଭିଯୋଗକୁ ଭିତ୍ତିକରି ମହିଳା ଥାନା ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri