ପାଣି ପାଇଁ ରାସ୍ତାରେ ବସିଲେ ମହିଳା

ବାସୁଦେବପୁର,୩୦।୧୦(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ଗ୍ରାମକୁ ପ୍ରାୟ ୧ ସପ୍ତାହ ଧରି ପାନୀୟ ଜଳ ଠିକ୍‌ ଭାବେ ମିଳୁ ନ ଥିବା ନେଇ ଜନଅସନ୍ତୋଷ ଦେଖାଦେଇଛି। ସୋମବାର ଶତାଧିକ ମହିଳାଙ୍କ ସମେତ ଗ୍ରାମବାସୀ ସମସ୍ୟା ଦୂର କରିବା ଓ ତୁରନ୍ତ ପାନୀୟ ଜଳ ପ୍ରଦାନ ଦାବିରେ ବିଦେଇପୁର-କରଞ୍ଜଆଡ଼ିଆ ବଜାରକୁ ସଂଯୋଗ କରୁଥିବା ରାସ୍ତା ଅବରୋଧ କରି ଧାରଣାରେ ବସି ଥିଲେ।

ଫଳରେ ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପାନୀୟ ଜଳ ପାଇପ୍‌ ମାଧ୍ୟମରେ ଠିକ୍‌ ଭାବେ ମିଳିପାରୁ ନ ଥିବାରୁ ପ୍ରତିଦିନ ଶତାଧିକ ଲୋକ ନାହିଁ ନ ଥିବା ହଇରାଣ ହେଉଛନ୍ତି। ବିଦେଇପୁର ପଞ୍ଚାୟତ ଏକ ଲୁଣା ପ୍ରବଳ ଅଞ୍ଚଳ ହୋଇଥିବାରୁ ପାନୀୟ ଜଳ ଏଠାରେ ଏକ ପ୍ରମୁଖ ସମସ୍ୟା। ରାସ୍ତାରୋକୋ ସମ୍ପର୍କରେ ଖବର ପାଇ କଷିଆ ସାମୁଦ୍ରିକ ଥାନା ଅଧିକାରୀ ଓ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗର ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହ ପାନୀୟ ଜଳ ସମସ୍ୟା ଦୂର ପାଇଁ ପ୍ରତିଶ୍ରୁତି ଦେଇଥିଲେ। ପରେ ରାସ୍ତାରୋକୋ ହଟିଥିଲା। ଏତଦ୍‌ଭିନ୍ନ ହିତାଧିକାରୀଙ୍କଠାରୁ ବର୍ଦ୍ଧିତ ଭାବେ ଜଳକର ନିଆଯାଉଥିବା ଗ୍ରାମବାସୀ ଅଭିଯୋଗ କରିବା ପରେ ଏ ଦିଗରେ ତଦନ୍ତ ହେବ ବୋଲି ବିଭାଗୀୟ ଅଧିକାରୀ ଲୋକଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?