ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ଭୂତସରସିଙ୍ଗି ପଞ୍ଚାୟତର ରାଜପୁର, ଦାସିଆମାରିପଲ୍ଲୀର ମହିଳାମାନେ କବିସୂର୍ଯ୍ୟନଗର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ଫଳରେ ସକାଳ ୭ଟାରୁ ଅପରାହ୍ନ ୧୨ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଠପ୍‌ ହୋଇ ଜନସାଧାରଣ ହନ୍ତସନ୍ତ ହୋଇଥିଲେ। ଆନ୍ଦୋଳନକାରୀମାନେ ଅଭିଯୋଗ କରିଛନ୍ତି ଯେ, ଦୀର୍ଘଦିନ ଧରି ଗ୍ରାମରେ ନିୟମିତ ପାଣି ମିଳୁନାହିଁ। ପାଣିଯୋଗାଣ ଦାୟିତ୍ୱରେ ଥିବା କର୍ମଚାରୀ ତାଙ୍କ ମନଇଛାରେ ପାଣି ଯୋଗାଣ କରଛନ୍ତି। ଏଣୁ ବାଧ୍ୟହୋଇ ଲୋକେ ପୋଖରୀ ଓ ବିଲର ଦୂଷିତ ପାଣିକୁ ପିଇବା ଓ ରୋଷେଇ କାର୍ଯ୍ୟରେ ବ୍ୟବହାର କରୁଛନ୍ତି। ପୂର୍ବରୁ ମଧ୍ୟ ଏପରି ଆନ୍ଦୋଳନ କରି ପ୍ରତିଶ୍ରୁତି ପାଇଥିଲେ ମଧ୍ୟ ସମସ୍ୟାର ସ୍ଥାୟୀ ସମାଧାନ ହୋଇନଥିବାର ସେମାନେ କହିଛନ୍ତି। ବର୍ତ୍ତମାନ କଥାରେ ନୁହେଁ, କାମରେ ଦରକାର। ପାଣି ନ ମିଳିଲେ ରାସ୍ତାରୁ ଉଠିବୁ ନାହିଁ ବୋଲି କହି ମହିଳାମାନେ ଜିଦ୍ରେ ଅଟଳ ରହିଥିଲେ। ଗତ ଲଗାଣ ବର୍ଷା ସମୟରେ ମୋଟରର କେବୁଲ ପୋଡ଼ିଯାଇଥିଲା। ମରାମତି ପରେ ମଧ୍ୟ ଜଳଯୋଗାଣ ସ୍ବାଭାବିକ ହୋଇନଥିଲା।

ଅନ୍ୟପକ୍ଷରେ, ଜଳଯୋଗାଣ ଦାୟିତ୍ୱରେ ଥିବା କର୍ମଚାରୀ ଲକ୍ଷ୍ମଣ ନାହାକ କହିଛନ୍ତି ଯେ, ୪ ବର୍ଷ ହେଲା ପଞ୍ଚାୟତ କିମ୍ବା ଗ୍ରାମ୍ୟ କମିଟି ପକ୍ଷରୁ ତାଙ୍କୁ ପାରିଶ୍ରମିକ ଦେଇ ନ ଥିବାରୁ ସେ ଜଳଯୋଗାଣ ବନ୍ଦ କରିଛନ୍ତି। ଖବର ପାଇ ଅତିରିକ୍ତ ତହସିଲଦାର ଦେବାଶିଷ ମହାପାତ୍ର, ସଙ୍ଗୀତା ସେଠୀ, ଏସ୍‌ଡିପିଓ ସୁଜିତ କୁମାର ନାୟକ, ଆଇଆଇସି କୁଳମଣି ସେଠୀ ଓ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ମହିଳାମାନଙ୍କୁ ବୁଝାଶୁଝା କରିଥବାରେ ଲାଗି ଗ୍ରାମ୍ୟ ଜଳଯୋଗାଣ କନିଷ୍ଠ ଯନ୍ତ୍ରୀ ନର୍ମଦା ପାତ୍ରଙ୍କୁ ଡକାଇ ସମସ୍ୟା ସମାଧାନ ନେଇ ଆଲୋଚନା କରି ତୁରନ୍ତ ଟ୍ୟାଙ୍କର ମାଧ୍ୟମରେ ପାଣି ଯୋଗାଇ ଦେବା ସହ ସନ୍ଧ୍ୟାରେ ପୂର୍ବଭଳି ମୋଟର ମାଧ୍ୟମରେ ପାଇପ୍‌ ଲାଇନରେ ପାଣି ଯୋଗାଣ କରିବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?