ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା

ପରଜଙ୍ଗ,୧୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି କୁମୁସି ପଞ୍ଚାୟତ ଅଁଳାକଟା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ବାମୀଙ୍କ ଅନ୍ୟତ୍ର ସମ୍ପର୍କକୁ ନେଇ ସ୍ତ୍ରୀ ବାରଣ କରିବାରୁ ଯେଉଁ ହାତରେ ସିନ୍ଦୂର ଦେଇଥିଲେ ସେହି ହାତରେ ସ୍ତ୍ରୀଙ୍କ ଜୀବନ ନେଇଗଲେ ପିଶାଚ ସ୍ବାମୀ। ଝିଅର ତଣ୍ଟିଚିପି ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ନେଇ ମୃତ ମହିଳାଙ୍କ ବାପା ପରଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମୃତ ମହିଳା ଜଣଙ୍କ ପରଜଙ୍ଗ ଥାନା କୁମୁସି ପଞ୍ଚାୟତ ଅନ୍ତର୍ଗତ ଅଁଳାକଟା ଗାଁର ଅଞ୍ଜଳି ବେହେରା। ଅଞ୍ଜଳିଙ୍କ ବାପଘର କାମାକ୍ଷାନଗର ଥାନା ଜୟପୁରାକାଟେଣୀ ଗାଁରେ ହୋଇଥିବା ସୂଚନା।

ସେ ୧୧ ବର୍ଷ ତଳେ ଅଁଳାକଟା ଗାଁର ଦିଲେଶ୍ୱର ବେହେରାଙ୍କୁ ବିବାହ କରିଥିଲେ। ଏଥିସହିତ ତାଙ୍କର ଦୁଇଟି ସନ୍ତାନ ମଧ୍ୟ ରହିଛନ୍ତି। ଅଞ୍ଜଳିଙ୍କ ସ୍ବାମୀ ଦିଲେଶ୍ୱର ଗତ ଦୁଇ ବର୍ଷ ହେବ ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ସେ ଜଣେ ଝିଅକୁ ପ୍ରେମ କରୁଥିବା ନେଇ ସ୍ତ୍ରୀ ଅଞ୍ଜଳି ବାରମ୍ବାର ବାରଣ କରୁଥିଲେ ମାତ୍ର ସେ ତାହା ନ ଶୁଣି ସ୍ତ୍ରୀକୁ ନିର୍ଯାତନା ଦେଇଆସୁଥିଲେ। ଏ ନେଇ ପାରିବାରିକ ଜୀବନରେ ସବୁଦିନେ କଳହ ସୃଷ୍ଟି ହେଉଥିଲା।

ସୂଚନାନୁଯାୟୀ, ଦିଲେଶ୍ୱର ପରଜଙ୍ଗ ଗ୍ରାମ ବୃନ୍ଦାବନପୁର ଠାରେ ଏକ ଜଳଖିଆ ଦୋକାନ ଦେବା ସହିତ ଭଡ଼ାରେ ରହି ଆସୁଥିଲେ। ଗତକାଲି ରାତିରେ ସ୍ତ୍ରୀଙ୍କ ମୃତ ଶରୀରକୁ ନେଇ ଅଁଳାକଟାସ୍ଥିତ ନିଜ ବାସଭବନକୁ ଯାଇଥିଲେ ଦିଲେଶ୍ୱର। ପରେ ଫୋନ୍‌ ଯୋଗେ ଶ୍ୱଶୁର ଘର ଲୋକଙ୍କୁ ଝିଅ ମରି ଯାଇଛି କହି ଫୋନ୍‌ କରିଥିଲେ। ତେବେ ଅଞ୍ଜଳିଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରି ନ ଥିଲେ ପରିବାର ଲୋକେ। ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ନେଇ ପରଜଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଆଧାର କରି ତଦନ୍ତ ଆରମ୍ଭ କରିଛି ପରଜଙ୍ଗ ପୋଲିସ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri