ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା

ପରଜଙ୍ଗ,୧୩ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି କୁମୁସି ପଞ୍ଚାୟତ ଅଁଳାକଟା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ବାମୀଙ୍କ ଅନ୍ୟତ୍ର ସମ୍ପର୍କକୁ ନେଇ ସ୍ତ୍ରୀ ବାରଣ କରିବାରୁ ଯେଉଁ ହାତରେ ସିନ୍ଦୂର ଦେଇଥିଲେ ସେହି ହାତରେ ସ୍ତ୍ରୀଙ୍କ ଜୀବନ ନେଇଗଲେ ପିଶାଚ ସ୍ବାମୀ। ଝିଅର ତଣ୍ଟିଚିପି ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ନେଇ ମୃତ ମହିଳାଙ୍କ ବାପା ପରଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମୃତ ମହିଳା ଜଣଙ୍କ ପରଜଙ୍ଗ ଥାନା କୁମୁସି ପଞ୍ଚାୟତ ଅନ୍ତର୍ଗତ ଅଁଳାକଟା ଗାଁର ଅଞ୍ଜଳି ବେହେରା। ଅଞ୍ଜଳିଙ୍କ ବାପଘର କାମାକ୍ଷାନଗର ଥାନା ଜୟପୁରାକାଟେଣୀ ଗାଁରେ ହୋଇଥିବା ସୂଚନା।

ସେ ୧୧ ବର୍ଷ ତଳେ ଅଁଳାକଟା ଗାଁର ଦିଲେଶ୍ୱର ବେହେରାଙ୍କୁ ବିବାହ କରିଥିଲେ। ଏଥିସହିତ ତାଙ୍କର ଦୁଇଟି ସନ୍ତାନ ମଧ୍ୟ ରହିଛନ୍ତି। ଅଞ୍ଜଳିଙ୍କ ସ୍ବାମୀ ଦିଲେଶ୍ୱର ଗତ ଦୁଇ ବର୍ଷ ହେବ ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ସେ ଜଣେ ଝିଅକୁ ପ୍ରେମ କରୁଥିବା ନେଇ ସ୍ତ୍ରୀ ଅଞ୍ଜଳି ବାରମ୍ବାର ବାରଣ କରୁଥିଲେ ମାତ୍ର ସେ ତାହା ନ ଶୁଣି ସ୍ତ୍ରୀକୁ ନିର୍ଯାତନା ଦେଇଆସୁଥିଲେ। ଏ ନେଇ ପାରିବାରିକ ଜୀବନରେ ସବୁଦିନେ କଳହ ସୃଷ୍ଟି ହେଉଥିଲା।

ସୂଚନାନୁଯାୟୀ, ଦିଲେଶ୍ୱର ପରଜଙ୍ଗ ଗ୍ରାମ ବୃନ୍ଦାବନପୁର ଠାରେ ଏକ ଜଳଖିଆ ଦୋକାନ ଦେବା ସହିତ ଭଡ଼ାରେ ରହି ଆସୁଥିଲେ। ଗତକାଲି ରାତିରେ ସ୍ତ୍ରୀଙ୍କ ମୃତ ଶରୀରକୁ ନେଇ ଅଁଳାକଟାସ୍ଥିତ ନିଜ ବାସଭବନକୁ ଯାଇଥିଲେ ଦିଲେଶ୍ୱର। ପରେ ଫୋନ୍‌ ଯୋଗେ ଶ୍ୱଶୁର ଘର ଲୋକଙ୍କୁ ଝିଅ ମରି ଯାଇଛି କହି ଫୋନ୍‌ କରିଥିଲେ। ତେବେ ଅଞ୍ଜଳିଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରି ନ ଥିଲେ ପରିବାର ଲୋକେ। ତାଙ୍କ ଝିଅକୁ ହତ୍ୟା କରାଯାଇଥିବା ନେଇ ପରଜଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଆଧାର କରି ତଦନ୍ତ ଆରମ୍ଭ କରିଛି ପରଜଙ୍ଗ ପୋଲିସ।

 


Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri