କଟକରେ ଚାଞ୍ଚଲ୍ୟ: ନଦୀପଠାରେ ମହିଳାଙ୍କୁ ଗଳାକାଟି ହତ୍ୟା

କଟକରେ,୧୩।୧୨: କଟକ କନ୍ଦରପୁର ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନଦୀପଠାରେ ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରାଯାଇଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେ ଳେ ବାମ ହାତରେ ଏକ ଟାଟୁ ରହିଛି। ଟାଟୁରେ ‘ଓମ୍‌ ବାବା ବଳିଆ’ଲେଖାଯାଇଛି। ଅନ୍ୟପକ୍ଷେ ମହିଳାଙ୍କ ମୁହଁ ଏବଂ ବେକରେ ଗଭୀର ଆଘାତ ଲାଗିଛି। ଏକ ଧାରୁଆ ଅସ୍ତ୍ରରେ ମହିଳାଙ୍କୁ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି।

ପୋଲିସ ଘଟଣାସ୍ଥଳରୁ ଏକ ଧାରୁଆ ଅସ୍ତ୍ର ଜବତ କରିଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। କଟକ ଡିସିପି ଜଗମୋହନ ମୀନା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଡିସିପି ମୀନା କହିଛନ୍ତି, ମହିଳାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ରହିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏପରିକି ସ୍ଥାନୀୟ ଥାନାରେ କୌଣସି ନିଖୋଜ ସମ୍ପର୍କିତ ଅଭିଯୋଗ ହୋଇଛି କି ସେନେଇ ମଧ୍ୟ ପୋଲିସ ପକ୍ଷରୁ ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri