ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ ହତ୍ୟା ହୋଇଯାଇଥିବା ସୂଚନା ମିଳିଛି । ମହିଳା ଜଣକ ହେଉଛନ୍ତି ସ୍ଵର୍ଗତ ରାଧୁ ସିଂଙ୍କ ପତ୍ନୀ ଅନିତା। ତାଙ୍କର ଏକ ମାତ୍ର ପୁଅ ସୁଦୂର ପୁଡୁଚେରୀରେ ରହି ଚାକିରି କରୁଥିବା ବେଳେ ଅନିତା ଗାଁରେ ନିଜ ଘର ସମ୍ମୁଖରେ ଏକ ଚକୋଲେଟ୍, ବିସ୍କୁଟ ଦୋକାନ କରି ଜିବୀକା ନିର୍ବାହ କରୁଥିଲେ।

ଗୁରୁବାର ସକାଳେ ତାଙ୍କ ଦୋକାନକୁ କିଣାକିଣି କରିବାକୁ ଆସିଥିବା ଲୋକେ ଶୋଇବା ଘରେ ଉଲଗ୍ନ ଅବସ୍ଥାରେ ତାଙ୍କ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଥାନାଧିକାରୀ ବାରିଣୀ ଦାସ ପୋଲିସ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତକଙ୍କ ଶରୀରର କୌଣସି ସ୍ଥାନରେ କ୍ଷତଚିହ୍ନ ନଥିବା ବେଳେ ଘର ଆଖପାଖ ଅଞ୍ଚଳରେ କୌଣସି ମାରଣାସ୍ତ୍ର ମଧ୍ୟ ମିଳିନାହିଁ।
ପ୍ରାଥମିକ ତଦନ୍ତରୁ ଅନିତାଙ୍କ ତଣ୍ଟି ଚିପି ହତ୍ୟା କରାଯାଇଥିବା ସୂଚନା ମିଳିଛି । ଜଣେ ବା ଏକାଧିକ ବ୍ୟକ୍ତିବିଶେଷଙ୍କ ଦ୍ୱାରା ଖୁବ୍ ସୁଚିନ୍ତିତ ଉପାୟରେ ହତ୍ୟାକାଣ୍ଡ ଘଟାଯାଇଥିବା ଅନୁମାନ କରାଯାଉଛି । ବାରିପଦାରୁ ଏକ ସାଇଣ୍ଟିଫିକ ଟିମ ମଧ୍ୟ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?