ବନ୍ଦ ଥିବା ସ୍କୁଲ ଖୋଲିବାକୁ ଜିଲାପାଳଙ୍କୁ ଦାବିପତ୍ର ଦେଲେ ମହିଳା

ଅମରପାଲି,୧୭ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ଉପାନ୍ତ ମାଳିଦାଦର ଗ୍ରାମରେ ବନ୍ଦ କରାଯାଇଥିବା ପ୍ରାଥମିକ ସ୍କୁଲ ଖୋଲିବାକୁ ଗ୍ରାମର ମହିଳାମାନେ ଦାବି କରିଛନ୍ତି। ଏନେଇ ଗୁରୁବାର ଗ୍ରାମର ମହିଳାମାନେ ସୁବର୍ଣ୍ଣପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଜିଲାପାଳ ନୃପ କେଶରୀ ସାହୁଙ୍କୁ ସ୍କୁଲ ଖୋଲିବାକୁ ଦାବିପତ୍ର ପ୍ରଦାନ କରିଛନ୍ତି। ଦୀର୍ଘବର୍ଷ ହେଲା ଉକ୍ତ ସ୍କୁଲରେ କମ୍‌ ପିଲା ଦର୍ଶାଇ ବନ୍ଦ କରାଯାଇଛି। ଫଳରେ ଗ୍ରାମର ଛାତ୍ରୀଛାତ୍ର ପାଠ ପଢ଼ିବାରୁ ବଞ୍ଚିତ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗୋଟିଏ ଓ୍ବାର୍ଡ ବିଶିଷ୍ଟ ମାଳିଦାଦର ଗ୍ରାମରେ ପ୍ରାୟ ୫୦ ଟି ପରିବାର ବସବାସ କରନ୍ତି। ଗ୍ରାମର ଛାତ୍ରୀଛାତ୍ରଙ୍କୁ ସର୍ବଶିକ୍ଷା ଅଭିଯାନରେ ସାମିଲ କରିବା ଉଦ୍ଦେଶ୍ୟରେ ୨୦୦୪ରେ ଗ୍ରାମରେ ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରାଯାଇଥିଲା। ଏହି ସ୍କୁଲରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ। ଏମାନଙ୍କୁ ପଢ଼ାଇବା ପାଇଁ ଦୁଇ ଜଣ ଶିକ୍ଷକ ମଧ୍ୟ ନିଯୁକ୍ତି କରାଯାଇଥିଲା। ପିଲାଏ ପାଠ ପଢିବା ପାଇଁ ସ୍କୁଲ କୋଠାଘର ମଧ୍ୟ ନିର୍ମାଣ କରାଯାଇଛି। ମାତ୍ର ଗତ ୨୦୨୧ରେ କମ୍‌ ପିଲା ଦର୍ଶାଇ ଉକ୍ତ ସ୍କୁଲକୁ ବନ୍ଦ କରିଦିଆଯାଇଛି। ସ୍କୁଲ ବନ୍ଦ ପରେ ଗ୍ରାମବାସୀ ଏନେଇ ସ୍ଥାନୀୟ ଜନପ୍ରତିନିଧିଙ୍କଠୁ ଆରମ୍ଭ କରି ବିଇଓ, ଡିଇଓ ଓ ଜିଲାପାଳଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ। ମାତ୍ର କେହି ବି ଗ୍ରାମବାସୀଙ୍କ ଅଭିଯୋଗ ଶୁଣି ନ ଥିଲେ। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ଏବେ ମଧ୍ୟ ଗ୍ରାମରେ ୩୦ରୁ ଅଧିକ ଛାତ୍ରୀଛାତ୍ର ଅଛନ୍ତି। ସ୍କୁଲ ବନ୍ଦ ହେଲା ପରେ ଏହି ସ୍କୁଲର ଛାତ୍ରୀଛାତ୍ରଙ୍କୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଦାଦରପାଲି ସ୍କୁଲରେ ନାମ ଲେଖାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ମାତ୍ର ଗାଁଠାରୁ ଦାଦରପାଲି ସ୍କୁଲ ଦୂର ହୋଇଥିବା ଓ ଜଙ୍ଗଲି ଅଞ୍ଚଳ ହୋଇଥିବାରୁ ଛୋଟ ଛୋଟ ପିଲାମାନେ ଏକୁଟିଆ ଯିବା ସମ୍ଭବ ହେଉନାହିଁ। ଏପରିକି ଅଭିଭାବକ ପ୍ରତିଦିନ ନିଜ ପିଲାଙ୍କୁ ସ୍କୁଲକୁ ଛାଡ଼ି ନେଇ ପାରୁନାହାନ୍ତି। ଫଳରେ ପିଲାମାନେ ଶିକ୍ଷାଦାନରୁ ବଞ୍ଚିତ ହେଉଛନ୍ତି। ଗ୍ରାମର ଅଧିକାଂଶ ଲୋକ ଗରିବ ଓ ଶ୍ରମିକ ଶ୍ରେଣୀର ହୋଇଥିବାରୁ ନିଜ ପିଲାଙ୍କୁ ବାହାରେ ମଧ୍ୟ ପଢ଼ାଇ ପାରୁନାହାନ୍ତି। ତେଣୁ ଗ୍ରାମର ଅଧିକାଂଶ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବାଧା ଦେଖାଯାଉଛି। ପୁନର୍ବାର ଉକ୍ତ ସ୍କୁଲକୁ ଖୋଲିବାକୁ ଗତ ମାସରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯିବା ସହିତ ଜିଲା ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ଦାବିପତ୍ର ପ୍ରଦାନ କରାଯାଇଥିଲା। ମାତ୍ର ଗ୍ରାମବାସୀ ସ୍କୁଲ ଖୋଲିବା ନେଇ କୌଣସି ସୂଚନା ମଧ୍ୟ ଏଯାଏ ନ ପାଇବାରୁ ପୁଣିଥରେ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଗ୍ରାମର ରଶ୍ମିତା ପ୍ରଧାନ, ଅନିତା ପ୍ରଧାନ, ପ୍ରଣତି ପ୍ରଧାନ, ସୁଲୋଚନା ମହାପାତ୍ର, ଅନସୂୟା ଖମାରୀ, ଶାନ୍ତି ଖମାରୀ, ଜୟନ୍ତୀ ଖମାରୀ, ସୁନିତି ଖମାରୀ,ଦିଲ୍ଲୀପ ଥାନପତି, ସୁଦର୍ଶନ ଖମାରୀ, ସତ୍ୟ ପ୍ରଧାନ,ଆନନ୍ଦ ପ୍ରଧାନ,ଚନ୍ଦନ ସନ୍ତରିଆଙ୍କ ସମେତ ଶତାଧିକ ମହିଳା ଓ ପୁରୁଷ ଜିଲାପାଳଙ୍କ କାର୍ଯ୍ୟଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲାପାଳ ଗ୍ରାମର ମହିଳାଙ୍କୁ ମାଳିଦାଦର ଗ୍ରାମକୁ ଯାଇ ଏହାର ତଦନ୍ତ କରିବା ସହିତ ସ୍କୁଲ ଖୋଲିବା ପାଇଁ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି କହିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ…

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri