Posted inଫୁରସତ

ନିଜ ଟୁଥବ୍ରଶକୁ ଖାଇଦେଲେ ମହିଳା, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ଟୁଥବ୍ରଶକୁ ଆମେ ସାଧାରଣତଃ ଦାନ୍ତ ଘଷିବା ପାଇଁ ବ୍ୟବହାର କରୁଥାଉ। କିନ୍ତୁ ତାକୁ ଯଦି ଜଣେ ଖାଦ୍ୟ ଭାବେ ଗିଳିଦିଏ? ନିକଟରେ ଏପରି କିଛି ଘଟଣା ସାମ୍ନାକୁ ଆସିଛି। ଯାହା ଲୋକଙ୍କୁ ତାଜୁବ କରିଦେଇଛି। ଜଣେ ସ୍ପେନୀୟ ମହିଳା ତାଙ୍କ ଟୁଥବ୍ରଶକୁ ଗିଳି ଦେଇଛନ୍ତି ଯାହା ପରେ ତାଙ୍କ ଅବସ୍ଥା ବିଗିଡି ଯାଇଥିଲା। କହିବାକୁ ଗଲେ ସେ ମୃତ୍ୟୁ ମୁଖରୁ ରକ୍ଷା ପାଇଥିଲେ।

ମହିଳା ଜଣକ ସ୍ପେନର ଗାଲଡାକାଓର ବାସିନ୍ଦା। ନ୍ୟୁୟର୍କ ପୋଷ୍ଟ ରିପୋର୍ଟ ଅନୁଯାୟୀ, ଏହି ୨୧ ବର୍ଷୀୟ ମହିଳା ବ୍ରଶ କରିବା ସମୟରେ ତାଙ୍କ ଗଳାରେ ଲାଖିଥିବା ଖାଦ୍ୟ ଖଣ୍ଡକୁ ବାହାର କରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ହଠାତ ସେ ବ୍ରଶଟିକୁ ହିଁ ଗିଳି ଦେଇଥିଲେ।

ଘଟଣାଅନୁସାରେ, ମହିଳା ଜଣକ କଦଳୀ ଖାଉଥିଲେ ଏବଂ ଏହାର କିଛି ଅଂଶ ତାଙ୍କ ଗଳାରେ ଲାଖି ଯାଇଥିଲା। ଗଳାରେ ଲାଖି ଯିବାରୁ ସେ ଅସହଜମନେ କରି ନିଜ ଟୁଥବ୍ରଶ ସାହାଯ୍ୟରେ ଗଳାକୁ ସଫା କରିବାକୁ ଲାଗିଲେ। ହେଲେ ଏପରି କରିବା ଭିତରେ ସେ ୮ଇଞ୍ଚର ଟୁଥବ୍ରଶ ଗିଳି ଦେଇଥିଲେ।

ଏପରି ପରିସ୍ଥିତିରେ ମହିଳାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କ ଅବସ୍ଥା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଶେଷରେ, ତିନି ଘଣ୍ଟାର ପରୀକ୍ଷା ଓ ୪୦ ମିନିଟର ପ୍ରୟାସ ପରେ ଡାକ୍ତରମାନେ ତାଙ୍କ ଗଳାରେ ଅଟକିଥିବା ବ୍ରଶକୁ ବାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?