ଭଦ୍ରକ ଅଫିସ,୩ା୯ :ଭଦ୍ରକ ଟାଉନ ଥାନା ଅଞ୍ଚଳରେ ବକେୟା ଟଙ୍କା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବୁଧବାର ମଧ୍ୟାହ୍ନରେ ଜଣେ ମହିଳାଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଇଥିବା ନେଇ ଏକ ଭିଡିଓ ଭାଇରାଲ ହୋଇଛି। ଉକ୍ତ ମହିଳାଙ୍କୁ ଅର୍ଦ୍ଧ ଉଲଗ୍ନ କରି ମାଡ଼ ମରାଯାଉଥିବା ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି। ଏନେଇ ମହିଳାଙ୍କ ସ୍ବାମୀ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ମହିଳାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତନାଘନା ଚଳାଇଛି। ଅପରପକ୍ଷେ ଏତଲାକାରୀଙ୍କ ବିରୋଧରେ ପାଲଟା ଏତଲା ଦାଏର ହୋଇଛି। ଟାଉନ ପୋଲିସ ଉଭୟ ଏତଲାକୁ ଭିତ୍ତି କରି ମେଡିକାଲରେ ପହଞ୍ଚି ଉଭୟ ପକ୍ଷର ୩ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ବୟାନ ରେକର୍ଡ଼ କରିଛି। ଜଣେ ମହିଳାଙ୍କୁ ଗଛରେ ବାନ୍ଧି ଅର୍ଦ୍ଧ ଉଲଗ୍ନ କରି ମାଡ଼ ମାରିବା ଘଟଣାକୁ ସାଧାରଣରେ ନାପସନ୍ଦ କରାଯାଇଛି। ଏନେଇ ଘଟଣାର ତଦନ୍ତ କରାଯାଉଛି ଓ ଖୁବ୍ଶୀଘ୍ର ମାମଲା ରୁଜୁ ହେବ ବୋଲି ପୋଲିସ ସୂଚନା ଦେଇଛି।
Posted inHome, Home Left, ଆମ ଜିଲା ଖବର, ଭଦ୍ରକ View All
ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ
କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…
ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି
କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…
ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ
ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…
ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ
ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…
ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍ ସିଙ୍ଗର୍, ସଙ୍ଗୀତରୁ…
ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…
ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦
କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…
ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ
ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…
ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…
ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…
Archives

