ଗାଁ ମଝିରେ ସ୍ବାମୀଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ ସ୍ତ୍ରୀ: ୧୦ ଘଣ୍ଟା ପରେ…

ମୋହନା,୧୪।୮((ଗିରିଧାରୀ ପରିଛା/ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ବ୍ଲକ ଅଡବା ଥାନା ଏସ ଗରଡ଼ମା ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ନିଜ ସ୍ବାମୀଙ୍କୁ ଗାଁ ମଝିରେ ବାନ୍ଧି ରଖି ନିସ୍ତୁକ ପିଟିଛନ୍ତି ସ୍ତ୍ରୀ ସୁଭଦ୍ରା ମାଳବିଷୋୟୀ, ତାଙ୍କ ଭାଇ ଓ ସହଯୋଗୀ। ଗତକାଲି ଅପରାହ୍ନ ୩ରୁ ଗାଁ ମଝିରେ ଥିବା ଖୁଣ୍ଟରେ ବାନ୍ଧି ରଖିଥିଲେ। ଦୀର୍ଘ ୧୦ ଘଣ୍ଟା ପରେ ଖବର ପାଇ ଅଡବା ଥାନା ଅଧିକାରୀ ଓ ଟିମ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଛନ୍ତି।

ଗାଁର ସୁଭଦ୍ରା ମାଳବିଷୋୟୀ ଗତ ତିନିବର୍ଷ ପୂର୍ବେ ବ୍ରାହ୍ମଣୀଗାଁ ଥାନା ବୁଡ଼ିଶିଳ ଗାଁର ଜଳନ୍ତ ବଳିଆରସିଂଙ୍କୁ ବିବାହ କରିଥିଲେ। ହେଲେ ପାରିବାରିକ କଳହ ପାଇଁ ସୁଭଦ୍ରା ୧୧ ମାସ ତଳେ ନିଜ ବାପଘରକୁ ପଳାଇ ଆସିଥିଲେ। ଘଟଣାରେ ଉଭୟ ପରିବାର ପକ୍ଷରୁ ଥାନା ମାମଲା ରୁଜୁ ହେବା ସହ କୋର୍ଟରେ ବିଚାରଧୀନ ଅଛି। ଗତକାଲି ଯୁବକ ଜଣକ ନିଜ ଗାଁ ବୁଡ଼ିଶିଳ ଗାଁରୁ ରାଶନ ଚାଉଳ ନେବାକୁ ଗରଡ଼ମା ଗାଁକୁ ଆସିଥିବାବେଳେ ଝିଅ ଘର ପରିବାର ଲୋକେ ଯୁବକଙ୍କୁ ମାଡ଼ ମାରିବା ସହ ରାତି ତମାମ ଗାଁ ଦାଣ୍ଡରେ ବାନ୍ଧି ରଖିଥିଲେ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପୋଲିସ ବୁଝାସୁଝା କରି ଯୁବକଙ୍କୁ ଉଦ୍ଧାର କରିଥିଲେ। ଅଧିକ ତଦନ୍ତ କରୁଥିବା ଅଡବା ଥାନା ଅଧିକାରୀ ଶୁଭ୍ରାନ୍ତ କୁମାର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?