ଥାନା ଆଗରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ମହିଳା

ମାଲକାନଗିରି,୧୯ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ଥାନା ସମ୍ମୁଖରେ ଜଣେ ମହିଳା ଗୁରୁବାର ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗଙ୍ଗଲା ଗ୍ରାମର ସୁକାନ୍ତି ମାଝି(୫୦)। ଶରୀରରେ ନିଆଁ ଲଗାଉଥିବା ଦେଖି ଥାନା ଅଧିକାରୀ ଏବଂ ପୋଲିସ କର୍ମଚାରୀମାନେ ତାଙ୍କୁ ଅଟକାଇ ଉଦ୍ଧାର କରିଛନ୍ତି। ତେବେ ପୋଲିସଠାରୁ ନ୍ୟାୟ ନ ମିଳିବାରୁ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ସୁକାନ୍ତିଙ୍କ ପରିବାର ଲୋକେ କହିଛନ୍ତି।
ସୂଚନା ଅନୁଯାୟୀ, ମେ ୯ ଭୋର ପ୍ରାୟ ୩ଟାରେ ସୁକାନ୍ତିଙ୍କ ନଣନ୍ଦ ଦେବକୀ ହନ୍ତାଳଙ୍କୁ ତାଙ୍କ ଦିଅର ବଳରାମ ଓ ଅନ୍ୟ ସମ୍ପର୍କୀୟମାନେ ମିଶି ବିନା କାରଣରେ ଗାଳିଗୁଲଜ କରିବା ସହ ଶାଢ଼ି ଚିରି ମାଡ଼ ମାରିଥିଲେ। ଏହା ଦେଖି ସୁକାନ୍ତି ନଣନ୍ଦଙ୍କୁ ରକ୍ଷା କରିବା ସହ ମାଡ଼ର ପ୍ରତିବାଦ କରିଥିଲେ। ଫଳରେ ସୁକାନ୍ତି ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ଏଥିରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଏହାକୁ ନେଇ ସୁକାନ୍ତି ସେହିଦିନ ହିଁ ମାଲକାନଗିରି ଆଦର୍ଶ ଥାନାରେ ଏତଲା ଦେଇଥିଲେ। ଏଥିରେ ଦେବକୀଙ୍କ ଦିଅର ବଳରାମଙ୍କ ସମେତ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ନାମରେ ଅଭିଯୋଗ ହୋଇଥିଲା। ପୋଲିସ ଏହାର ତଦନ୍ତ କରି ଅଭିଯୁକ୍ତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସୁକାନ୍ତି ଦାବି କରିଥିଲେ। ତେବେ ଏହି ଘଟଣାରେ ଅପରପକ୍ଷ ଲୋକେ ମଧ୍ୟ ମେ ୧୦ରେ ଥାନାରେ ଏତଲା ଦେଇଛନ୍ତି। ଗାଁର ବଳରାମ ହନ୍ତାଳଙ୍କ ଭାଇ ଭଗୁଙ୍କୁ ଦେବକୀ ୭ ବର୍ଷ ତଳେ ବିବାହ କରିଥିଲେ। ପରେ ଭଗୁଙ୍କୁ ଛାଡ଼ି ଅନ୍ୟତ୍ର ବିବାହ କରିଥିଲେ। ୧୦ଦିନ ତଳେ ଭଗୁଙ୍କ ମୃତ୍ୟୁ ଘଟିଥିଲା। ଦେବକୀ ଏବଂ ତାଙ୍କ ଭାଉଜ ଦଶାହ କାର୍ଯ୍ୟରେ ଯୋଗଦେଇ ବିନା କାରଣରେ ଗାଳିଗୁଲଜ କରିବା ସହ ଚପଲରେ ମାଡ଼ ମାରିଥିବା ବଳରାମ ଏତଲାରେ ଉଲ୍ଲେଖ କରିଛନ୍ତି। ଏହି ଘଟଣାକୁ ନେଇ ଗ୍ରାମବାସୀ ଏକ ବୈଠକ କରିଥିବା ବେଳେ ବୈଠକରେ ମଧ୍ୟ ଯୋଗଦେଇ ନ ଥିଲେ। ଫଳରେ ସେ ଥାନାର ଦ୍ୱାରସ୍ଥ ହୋଇଥିବା ଉଲ୍ଲେଖ କରିଛନ୍ତି। ତେବେ ଏହି ଘଟଣାର ପ୍ରାୟ ୧୦ ଦିନ ବିତିଯାଇଥିଲେ ମଧ୍ୟ ଏହାର କୌଣସି ସମାଧାନ ନ ହେବାରୁ ଗୁରୁବାର ସୁକାନ୍ତି ଥାନା ସମ୍ମୁଖରେ ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ।
ଏ ବିଷୟରେ ମାଲକାନଗିରି ଏସ୍‌ଡିପିଓ ଶୁଭେନ୍ଦୁ କୁମାର ପାତ୍ରଙ୍କୁ ପଚାରିବାରୁ ଉଭୟ ପକ୍ଷରୁ ଥାନାରେ ଏତଲା ଦିଆଯାଇଛିି। ୨୫୧/୨୨ ଏବଂ ୨୫୫/୨୨ରେ ଦୁଇଟି ମାମଲା ରୁଜୁ କରାଯାଇ ଉଭୟ ପକ୍ଷଙ୍କୁ ନୋଟିସ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri