ସ୍ବାମୀଙ୍କ ପାଇଁ ଭାତ ନେଇ ବିଲକୁ ଯାଉଥିଲେ ମହିଳା, ପଡ଼ିଲା ଘଡଘଡ଼ି: ଚାଲିଗଲା ୨ ଜୀବନ

ଅତାବିରା,୨୯।୫(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅଞ୍ଚଳରେ ବଜ୍ରପାତରେ ଗୁରୁବାର ମଧ୍ୟାହ୍ନରେ ୨ ଜଣ ମହିଳାଙ୍କ ଜୀବନ ଯାଇଛି l ଗତ ପାଞ୍ଚ ଦିନ ହେଲା ଅତାବିରା ଅଞ୍ଚଳରେ ଅଦିନିଆ ବର୍ଷା ସାଙ୍ଗକୁ ଘଡଘଡି, ବଜ୍ରପାତ ଝଡ଼ ବତାସ ଲାଗି ରହିଛି l ଏଥିଯୋଗୁ ଧାନ ଫସଲ ନଷ୍ଟ ହୋଇ ଅଞ୍ଚଳର ଚାଷୀ କ୍ଷତିଗ୍ରସ୍ତ ହୋଇ ସାରିଛନ୍ତି l ତେବେ ଗୁରୁବାର ମଧ୍ୟାହ୍ନରେ ବଜ୍ରପାତରେ ୨ ଜଣ ମହିଳାଙ୍କ ମୃତ୍ୟୁ ହୋଇଛି l ଖଇରପାଲି ନିକଟସ୍ଥ ନଳିଆଁ ଝୁପୁଡି ଗ୍ରାମର ସ୍ବର୍ଗତ ରାଜେନ୍ଦ୍ର ଛତ୍ରିଆଙ୍କ ପତ୍ନୀ ୪୮ ବର୍ଷୀୟ ଶାନ୍ତି ଛତ୍ରିଆ ଦୈନନ୍ଦିନ ଗୁଜୁରାଣ ମେଣ୍ଟାଇବା ପାଇ କାଠ ଝାଟି ସଂଗ୍ରହ କରି ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ l ତାଙ୍କ ଛାତିରେ ବଜ୍ରପାତ ବାଜିଛି l

ସେହିପରି ଅତାବିରା ଥାନା ଟୋପ ଗ୍ରାମର ୩୬ ବର୍ଷୀୟ ଯଶୋଦା ମଲ୍ଲିକ କ୍ଷେତରେ ଦିନ ମଜୁରିଆ ଭାବେ କାମ କରୁଥିବା ତାଙ୍କ ସ୍ବାମୀ ଗଣନାଥ ମଲ୍ଲିକଙ୍କ ପାଖକୁ ଭାତ ଖାଦ୍ୟ ନେଇ ଦେଉଥିବା ବେଳେ ବିଲରେ ବଜ୍ରପାତ ଘଟି ଜୀବନ ହାରିଥିଲେ l ଯଶୋଦାଙ୍କ ଗୋଡ଼ରେ ବଜ୍ରପାତ ଲାଗି ଗୋଡ଼ ଜଳି ଯାଇଥିବା ଦେଖିବାକୁ ମିଳିଛି l ଉଭୟଙ୍କୁ ଅତାବିରା ଗୋଷ୍ଠୀ ସୱାସ୍ଥ୍ୟ କେନ୍ଦ୍ରକୁ ଆଣିବା ପରେ ଡାକ୍ତର ଏ ସତିଶ କୁମାର ମୃତ ଘୋଷଣା କରିଛନ୍ତି l
ଖବର ପାଇ ଅତାବିରା ଥାନା ଆଇଆଇସି ପ୍ରକାଶ କର୍ଣ୍ଣଙ୍କ ନିର୍ଦ୍ଦେଶରେ ପୋଲିସ ଉଭୟ ଶବକୁ ଜବତ କରି ବ୍ୟବଛେଦ ପାଇଁ ବରଗଡ଼ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି l ଶାନ୍ତି ଛତ୍ରିଆଙ୍କ ମୃତ୍ୟୁ ମାମଲାକୁ ନେଇ ୧୧/୨୦୨୫ ଏବଂ ଯଶୋଦା ମଲ୍ଲିକଙ୍କ ମୃତ୍ୟୁରେ ୧୦/୨୦୨୫ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି l

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri