ଯୌତୁକ ପାଇଁ ସ୍ତ୍ରୀଙ୍କୁ ବିଷ ପିଆଇ ହତ୍ୟା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁର ମହାବୀରନଗର ଅଞ୍ଚଳରେ ରବିବାର ମନିଷା ନାହାକ ନାମ୍ନୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଇଛି। ଯୌତୁକ ପାଇଁ ସ୍ବାମୀ ନିର୍ଯାତନା ଦେବା ସହ ଜୋରଜବରଦସ୍ତ ବିଷ ପିଆଇଦେଇଥିବାରୁ ସ୍ତ୍ରୀ ମନୀଷାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହେବା ପରେ ପୋଲିସ ସୋମବାର ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବାଲିପାଟଣା ଥାନା ଅଞ୍ଚଳର ଲିଙ୍ଗରାଜ ପଣ୍ଡା। ଜାମିନ ନ ମିଳିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁଯାୟୀ, ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳର ମନିଷା ୪ ବର୍ଷ ତଳେ ବାଲିପାଟଣା ଥାନା ଅଞ୍ଚଳର ଲିଙ୍ଗରାଜଙ୍କୁ ବିବାହ କରିଥିଲେ। ଲିଙ୍ଗରାଜ ଭୁବନେଶ୍ୱରରେ ଏକ ଘରୋଇ କମ୍ପାନୀରେ କାମ କରୁଥିବାବେଳେ ଉଭୟ ଲିଙ୍ଗରାଜ ଥାନା ଅଞ୍ଚଳରେ ରହୁଥିଲେ। ତେବେ ଶନିବାର ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। କିଛି ସମୟ ପରେ ମନିଷାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ନେଇ ସ୍ବାମୀ ଲିଙ୍ଗରାଜ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ମନୀଷାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ମନୀଷାଙ୍କର ରବିବାର ମୃତ୍ୟୁ ଘଟିଥିଲା। ଯୌତୁକ ପାଇଁ ମନିଷାଙ୍କୁ ସ୍ବାମୀ ଲିଙ୍ଗରାଜ ବାରମ୍ବାର ନିର୍ଯାତନା ଦେବା ସହ ଘଟଣା ଦିନ ବିଷ ପିଆଇ ହତ୍ୟା କରିଥିବା ମନିଷାଙ୍କ ମା’ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଅଭିଯୁକ୍ତ ଲିଙ୍ଗରାଜଙ୍କ ନାମରେ ଆଇପିସି ଦଫା ୪୯୮ (କ), ୩୦୨, ୩୦୪ (ଖ), ୪ ଡିପି ଆକ୍ଟରେ ଏକ ମାମଲା (ନଂ. ୧୫୫/୨୩) ରୁଜୁ କରିଥିଲା। ସୋମବାର ପୋଲିସ ତାଙ୍କୁ ପଚରାଉଚରା କରିବା ପରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri