ଯୌତୁକ ପାଇଁ ସ୍ତ୍ରୀଙ୍କୁ ବିଷ ପିଆଇ ହତ୍ୟା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁର ମହାବୀରନଗର ଅଞ୍ଚଳରେ ରବିବାର ମନିଷା ନାହାକ ନାମ୍ନୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଇଛି। ଯୌତୁକ ପାଇଁ ସ୍ବାମୀ ନିର୍ଯାତନା ଦେବା ସହ ଜୋରଜବରଦସ୍ତ ବିଷ ପିଆଇଦେଇଥିବାରୁ ସ୍ତ୍ରୀ ମନୀଷାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହେବା ପରେ ପୋଲିସ ସୋମବାର ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବାଲିପାଟଣା ଥାନା ଅଞ୍ଚଳର ଲିଙ୍ଗରାଜ ପଣ୍ଡା। ଜାମିନ ନ ମିଳିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନାନୁଯାୟୀ, ଗଞ୍ଜାମ ଜିଲା ଆସିକା ଥାନା ଅଞ୍ଚଳର ମନିଷା ୪ ବର୍ଷ ତଳେ ବାଲିପାଟଣା ଥାନା ଅଞ୍ଚଳର ଲିଙ୍ଗରାଜଙ୍କୁ ବିବାହ କରିଥିଲେ। ଲିଙ୍ଗରାଜ ଭୁବନେଶ୍ୱରରେ ଏକ ଘରୋଇ କମ୍ପାନୀରେ କାମ କରୁଥିବାବେଳେ ଉଭୟ ଲିଙ୍ଗରାଜ ଥାନା ଅଞ୍ଚଳରେ ରହୁଥିଲେ। ତେବେ ଶନିବାର ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। କିଛି ସମୟ ପରେ ମନିଷାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ନେଇ ସ୍ବାମୀ ଲିଙ୍ଗରାଜ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ମନୀଷାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ମନୀଷାଙ୍କର ରବିବାର ମୃତ୍ୟୁ ଘଟିଥିଲା। ଯୌତୁକ ପାଇଁ ମନିଷାଙ୍କୁ ସ୍ବାମୀ ଲିଙ୍ଗରାଜ ବାରମ୍ବାର ନିର୍ଯାତନା ଦେବା ସହ ଘଟଣା ଦିନ ବିଷ ପିଆଇ ହତ୍ୟା କରିଥିବା ମନିଷାଙ୍କ ମା’ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଅଭିଯୁକ୍ତ ଲିଙ୍ଗରାଜଙ୍କ ନାମରେ ଆଇପିସି ଦଫା ୪୯୮ (କ), ୩୦୨, ୩୦୪ (ଖ), ୪ ଡିପି ଆକ୍ଟରେ ଏକ ମାମଲା (ନଂ. ୧୫୫/୨୩) ରୁଜୁ କରିଥିଲା। ସୋମବାର ପୋଲିସ ତାଙ୍କୁ ପଚରାଉଚରା କରିବା ପରେ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri