ସଉତୁଣୀଙ୍କୁ କିରୋସିନ ଢାଳି କରିଥିଲେ ହତ୍ୟା

ବ୍ରହ୍ମପୁର,୨୦।୧୦( ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌-୩ ରାଜ କୁମାର ଦାଶ ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଆଧାର କରି ବିଚାରପତି ମହିଳା ସଂଯୁକ୍ତା ବେହେରାଙ୍କୁ ହତ୍ୟା କରିଥିବା ତାଙ୍କ ସଉତୁଣୀ ଲକ୍ଷ୍ମୀ ପ୍ରଧାନଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି। ବିଚାରପତି ହତ୍ୟାକାରିଣୀଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ଦୁଇ ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଏଥିସହିତ ମୃତ ମହିଳାଙ୍କ ୭ ବର୍ଷର ଝିଅଙ୍କୁ ଆର୍ଥିକ ସହାୟତା ଦେବାକୁ ଜଜ୍‌ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ଜରଡ଼ା ଥାନା ଅଧୀନ କେଲୁଆ ଛକରେ ରହୁଥିବା ଲଳିତ ପ୍ରଧାନ ହାଇଦ୍ରାବାଦରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ବେଳେ ପ୍ରଥମେ ଲକ୍ଷ୍ମୀ ପ୍ରଧାନଙ୍କୁ ପ୍ରେମବିବାହ କରିଥିଲେ। କିଛିବର୍ଷ ପରେ ପୁଣି ଥରେ ସେ ସଂଯୁକ୍ତା ବେହେରାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ୨୦୨୦ରେ ଲଳିତ ତାଙ୍କ କେଲୁଆ ଘରେ ଉଭୟ ସ୍ତ୍ରୀଙ୍କୁ ମିଳିମିଶି ରହିବ ବୋଲି କହି ହାଇଦ୍ରାବାଦ ଚାଲିଯାଇଥିଲେ। ସଂଯୁକ୍ତାଙ୍କ ସହ ତାଙ୍କର ୪ ବର୍ଷର ଶିଶୁକନ୍ୟା ମଧ୍ୟ ରହୁଥିଲା। ୨୦୨୦ ଅଗଷ୍ଟ ୨ ତାରିଖରେ ସଂଯୁକ୍ତାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ପରେ ମୃତ ମହିଳାଙ୍କ ବାପା କେଶବ ବେହେରାଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ହତ୍ୟା ମାମଲା(୧୫୮/୨୦) ରୁଜୁ କରିଥିଲା। ପୋଲିସ ତଦନ୍ତ ପରେ ଉକ୍ତ ଘରେ ରହୁଥିବା ସଂଯୁକ୍ତାଙ୍କ ସଉତୁଣୀ ଲକ୍ଷ୍ମୀ ପ୍ରଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ଜବତ ହୋଇଥିବା ଲକ୍ଷ୍ମୀଙ୍କ କପଡାର ରାସାୟନିକ ପରୀକ୍ଷା ପାଇଁ ଆର୍‌ଏଫ୍‌ଏସ୍‌ଏଲ୍‌କୁ ପୋଲିସ ପଠାଇଥିଲା। ଏଥିରେ କିରୋସିନ ଢାଳି ହତ୍ୟା କରାଯାଇଥିବା ଜଣାପଡ଼ିଥିଲା। ମାମଲାର ବିଚାରଣା ବେଳେ ୧୯ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଶୁକ୍ରବାର ରାୟ ପ୍ରକାଶ ବେଳେ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଥିବା ଲକ୍ଷ୍ମୀଙ୍କୁ କଡ଼ା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀଙ୍କ ବୟାନ ଓ ହତ୍ୟା ଘଟଣାର ବିଭିନ୍ନ ପାରିପାର୍ଶ୍ୱିିକ ତଥ୍ୟକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ବିକ୍ରମ କୁମାର କୁଣ୍ଡୁ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri