ସଉତୁଣୀଙ୍କୁ କିରୋସିନ ଢାଳି କରିଥିଲେ ହତ୍ୟା

ବ୍ରହ୍ମପୁର,୨୦।୧୦( ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌-୩ ରାଜ କୁମାର ଦାଶ ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଆଧାର କରି ବିଚାରପତି ମହିଳା ସଂଯୁକ୍ତା ବେହେରାଙ୍କୁ ହତ୍ୟା କରିଥିବା ତାଙ୍କ ସଉତୁଣୀ ଲକ୍ଷ୍ମୀ ପ୍ରଧାନଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତି। ବିଚାରପତି ହତ୍ୟାକାରିଣୀଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୫୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ଦୁଇ ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଏଥିସହିତ ମୃତ ମହିଳାଙ୍କ ୭ ବର୍ଷର ଝିଅଙ୍କୁ ଆର୍ଥିକ ସହାୟତା ଦେବାକୁ ଜଜ୍‌ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ଜରଡ଼ା ଥାନା ଅଧୀନ କେଲୁଆ ଛକରେ ରହୁଥିବା ଲଳିତ ପ୍ରଧାନ ହାଇଦ୍ରାବାଦରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ବେଳେ ପ୍ରଥମେ ଲକ୍ଷ୍ମୀ ପ୍ରଧାନଙ୍କୁ ପ୍ରେମବିବାହ କରିଥିଲେ। କିଛିବର୍ଷ ପରେ ପୁଣି ଥରେ ସେ ସଂଯୁକ୍ତା ବେହେରାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ୨୦୨୦ରେ ଲଳିତ ତାଙ୍କ କେଲୁଆ ଘରେ ଉଭୟ ସ୍ତ୍ରୀଙ୍କୁ ମିଳିମିଶି ରହିବ ବୋଲି କହି ହାଇଦ୍ରାବାଦ ଚାଲିଯାଇଥିଲେ। ସଂଯୁକ୍ତାଙ୍କ ସହ ତାଙ୍କର ୪ ବର୍ଷର ଶିଶୁକନ୍ୟା ମଧ୍ୟ ରହୁଥିଲା। ୨୦୨୦ ଅଗଷ୍ଟ ୨ ତାରିଖରେ ସଂଯୁକ୍ତାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିବା ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ପରେ ମୃତ ମହିଳାଙ୍କ ବାପା କେଶବ ବେହେରାଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ହତ୍ୟା ମାମଲା(୧୫୮/୨୦) ରୁଜୁ କରିଥିଲା। ପୋଲିସ ତଦନ୍ତ ପରେ ଉକ୍ତ ଘରେ ରହୁଥିବା ସଂଯୁକ୍ତାଙ୍କ ସଉତୁଣୀ ଲକ୍ଷ୍ମୀ ପ୍ରଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ଜବତ ହୋଇଥିବା ଲକ୍ଷ୍ମୀଙ୍କ କପଡାର ରାସାୟନିକ ପରୀକ୍ଷା ପାଇଁ ଆର୍‌ଏଫ୍‌ଏସ୍‌ଏଲ୍‌କୁ ପୋଲିସ ପଠାଇଥିଲା। ଏଥିରେ କିରୋସିନ ଢାଳି ହତ୍ୟା କରାଯାଇଥିବା ଜଣାପଡ଼ିଥିଲା। ମାମଲାର ବିଚାରଣା ବେଳେ ୧୯ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଶୁକ୍ରବାର ରାୟ ପ୍ରକାଶ ବେଳେ ଗିରଫ ପରଠାରୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଥିବା ଲକ୍ଷ୍ମୀଙ୍କୁ କଡ଼ା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀଙ୍କ ବୟାନ ଓ ହତ୍ୟା ଘଟଣାର ବିଭିନ୍ନ ପାରିପାର୍ଶ୍ୱିିକ ତଥ୍ୟକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ବିକ୍ରମ କୁମାର କୁଣ୍ଡୁ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri