ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ ଅଭିଯୋଗ ହୋଇଛି । ମହିଳାଙ୍କ ଦରପୋଡା ଶବ ଗାଁରେ ପଡି ରହିଛି । ତେବେ କିଏ ଏବଂ କାହିଁକି ଏଭଳି କାଣ୍ଡ ଭିଆଇଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମହିଳାଙ୍କ ପରିଚୟ ମିଳିପାରି ନଥିବା ବେଳେ ପୋଲିସର ତଦନ୍ତ ପରେ ସବୁ ସ୍ପଷ୍ଟ ହୋଇପାରିବ ବୋଲି କୁହାଯାଉଛି ।