Posted inଜାତୀୟ

ମହିଳାଙ୍କୁ ୨ ଦିନ ଗଣବଳାତ୍କାର

ନୂଆଦିଲ୍ଲୀ, ୨୦ା୧୦: ଦିଲ୍ଲୀର ଜଣେ ୩୮ ବର୍ଷୀୟା ମହିଳାଙ୍କୁ ୫ ଜଣ ଅପହରଣ ପରେ ଉତ୍ତରପ୍ରଦେଶର ଗାଜିଆବାଦରେ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ୨ ଦିନ ଧରି ମହିଳାଙ୍କୁ ବଳାତ୍କାର ସହ ତାଙ୍କ ଗୁପ୍ତାଙ୍ଗରେ ଲୁହାରଡ୍‌ ପୂରାଇଦେଇଥିଲେ। ଗୋଡ଼ହାତ ବନ୍ଧା ସହ ସେହିପରି ଅବସ୍ଥାରେ ତାଙ୍କୁ ଏକ ବ୍ୟାଗ୍‌ରେ ପୂରାଇ ରାସ୍ତାକଡ଼ରେ ଛାଡ଼ିଦେଇଥିଲେ। ଗାଜିଆବାଦର ଆଶ୍ରମରୋଡରୁ ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଏ ନେଇ ଦିଲ୍ଲୀ ମହିଳା କମିଶନ(ଏନ୍‌ସିଡବ୍ଲ୍ୟୁ) ଗାଜିଆବାଦ ପୋଲିସକୁ ନୋଟିସ୍‌ ଜାରି କରିଛନ୍ତି। ଏହି ଘଟଣା ଦିଲ୍ଲୀ ନିର୍ଭୟା କାଣ୍ଡକୁ ପୁଣି ମନେପକାଇଦେଇଛି ବୋଲି ଏନ୍‌ସିଡବ୍ଲ୍ୟୁ ମୁଖ୍ୟ ସ୍ବାତୀ ମାଲିଓ୍ବାଲ କହିଛନ୍ତି। ପୋଲିସ ୫ ଜଣଙ୍କ ନାଁରେ ମାମଲା ରୁଜୁ କରିଥିବାବେଳେ ୪ ଜଣଙ୍କୁ ଗିରଫ କରିଛି।

ଅନୁସାରେ, ମହିଳା ଜଣକ ଦିଲ୍ଲୀର ଏକ ହସ୍ପିଟାଲରେ ନର୍ସ ଅଛନ୍ତି। ଗତ ୧୬ ତାରିଖରେ ସେ ଭାଇଙ୍କ ଜନ୍ମଦିନ ଉତ୍ସବରେ ସାମିଲ ହେବା ପାଇଁ ଗାଜିଆବାଦରେ ଅଟୋକୁ ଅପେକ୍ଷା କରିଥିଲେ। ସେହି ସମୟରେ ଏକ ଏସ୍‌ୟୁଭିରେ ଅଭିଯୁକ୍ତମାନେ ତାଙ୍କୁ ଜୋରଜବରଦସ୍ତି ଉଠାଇନେଇଥିଲେ। ୫ ଜଣ ମହିଳାଙ୍କୁ ଗଣବଳାତ୍କାର ପରେ ତାଙ୍କ ସହ ଅମାନବୀୟ କାଣ୍ଡ ମଧ୍ୟ ଘଟାଇଛନ୍ତି। ୧୮ ତାରିଖରେ ଗୁରୁତର ଅବସ୍ଥାରେ ତାଙ୍କୁ ରାସ୍ତାକଡ଼ରୁ ଉଦ୍ଧାର ପରେ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗାଜିଆବାଦ ପୋଲିସ ଦିନୁ, ଶାହରୁଖ, ଢୋଲା, ଜାଭେଦ, ଔରଙ୍ଗଜେବ୍‌ ଓରଫ୍‌ ଜାହିରଙ୍କ ନାଁରେ ମାମଲା ରୁଜୁ ସହ ୪ ଜଣଙ୍କୁ ଗିରଫ କରିଛି। ଢୋଲାଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ଥିବା ପୋଲିସ କହିଛି। ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ଡିସିଡବ୍ଲ୍ୟୁ ମୁଖ୍ୟ ସ୍ବାତୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri