ଗଛରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ଗ୍ରାମବାସୀ

କୋକସରା,୩।୧୦(ଡି.ଏନ.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଡହଗାଁ-ସାରସମାଲ ଗ୍ରାମ ସୀମାରେ ଥିବା ଗୋଚିଆ ଡଙ୍ଗର ନିକଟରେ ଜଣେ ମହିଳାଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ଗଛରେ ଝୁଲୁଥିବା ଦେଖିବାକୁ ମିଳିଛି। ସକାଳୁ ଲୋକେ ଚାଷଜମିକୁ ଯିବା ସମୟରେ ମୃତଦେହ ଓହଳି ପଡ଼ିଥିବା ଦେଖି ସ୍ଥାନୀୟ ସରପଞ୍ଚ ପ୍ରତିନିଧି ବ୍ରଜମୋହନ ନାଏକ ଓ ପୋଲିସକୁ ସୂଚନା ଦେଇଥିଲେ।

ମୃତ ମହିଳା ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଅଞ୍ଚଳର ଲୁକେଶୀ କୁଅଁର(୧୯) ବୋଲି ଜଣାପଡିଛି । ସେ ଗତ ଦୁଇବର୍ଷ ତଳେ ନୂଆପଡ଼ା ଜିଲା ସିଏଲଲଟି ଗ୍ରାମର ହେମନ୍ତ ବେଲଦାରଙ୍କୁ ପ୍ରେମ ବିବାହ କରିଥିଲେ l ପରିବାର ଗୁଜୁରାଣ ମେଣ୍ଟେଇବା ପାଇଁ ଗତ ବର୍ଷେ ହେବ କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ହଗାଁ ଝାରବନ୍ଧପଡା ଅଞ୍ଚଳରେ ରହୁଥିଲେ। ପଥର ନିର୍ମିତ ଘରିକରଣା ସାମଗ୍ରୀ ତିଆରିକରିବା ସହ ବିକ୍ରିକରି ଚଳୁଥିଲେ। ସୋମବାର ସକାଳେ ଝୁଳନ୍ତା ଅବସ୍ଥାରେ ମୃତଦେହ ପୋଲିସ ଜବତ କରିଛି। ହେଲେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । କୋକସରା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପାରିପାଶର୍‌ବିକ ଅବସ୍ଥାକୁ ଦେଖି ମହିଳାଙ୍କୁ ହତ୍ୟା ପରେ ଆତ୍ମହତ୍ୟାର ରୂପ ଦିଆଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri